ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ, ୭ଟି ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଦିନ ୧୧ଟାରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । କ୍ୟାବିନେଟ୍‌ ବୈଠକରେ ବିଭାଗୀୟ ମନ୍ତ୍ରୀ ଓ ସଚିବମାନେ ଉପସ୍ଥିତ ରହିବେ । ବାତ୍ୟା ‘ ଦାନା ‘କୁ ଦୃଷ୍ଟିରେ ରଖି କ୍ୟାବିନେଟ୍‌ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି ସରକାର । ଆଜି ବସିବାକୁ ଥିବା କ୍ୟାବିନେଟ୍‌ ବୈଠକରେ ୭ଟି ଏଜେଣ୍ଡା ଉପରେ ଆଲୋଚନା ହେବା ନେଇ ସୂଚନା ମିଳିଛି ।