fbpx

ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ: ଅନୁଦାନପ୍ରାପ୍ତ କଲେଜରେ ଲାଗୁ ହୋଇପାରେ ସପ୍ତମ ବେତନ କମିଶନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜି ସନ୍ଧ୍ୟାରେ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବସିବ । ଅପରାହ୍ଣ ୫ଟା ୩୦ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବାର ସ୍ଥିରୀକୃତ ହୋଇଛି । ବୈଠକରେ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିବାର ସମ୍ଭାବନା ରହିଛି । ଏଥିସହ ଅନୁଦାନପ୍ରାପ୍ତ କଲେଜଗୁଡ଼ିକୁ ସପ୍ତମ ବେତନ କମିଶନ ଦରମାଭୁକ୍ତ କରିବା ଓ ଭେଟେରେନାରୀ କ୍ୟାଡର ପୁନର୍ଗଠନ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିପାରେ । ମହିଳା ଶିଶୁ କଲ୍ୟାଣ ଓ ମିଶନ ଶକ୍ତିକୁ ନେଇ କିଛି ଘୋଷଣା ହେବା ସହ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ବୈଠକରେ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.