fbpx

ଆଜି ଚିହ୍ନଟ ୫ ଓମିକ୍ରନ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରୁ ଆଜି ପୁଣି ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର । ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର  କହିଛନ୍ତି ଯେ, ‘୫ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି । ୨୨ରୁ ୪୪ ବର୍ଷ ବୟସ ମଧ୍ୟରେ ସମସ୍ତଙ୍କ ବୟସ ହୋଇଥିବା ଜଣାପଡିଛି । ସେମାନଙ୍କ ମଧ୍ୟରୁ ୪ ଜଣ କତାର, କଙ୍ଗୋ, ୟୁଏଇରୁ ଆସିଥିବା ଜଣାପଡିଛି ।’

କିନ୍ତୁ ଜଣେ ବ୍ୟକ୍ତିଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନାହିଁ । ମାତ୍ର ବ୍ୟକ୍ତି ଜଣକ ରାୟପୁର ଓ ହାଇଦ୍ରାବାଦକୁ ଯାଇଥିଲେ । ସମସ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ସରିଛି, ଯେଉଁମାନଙ୍କ ମଧ୍ୟରୁ ଜଣଙ୍କର ରିପୋର୍ଟ ପଜିଟିଭ ଆସିଛି । ତାଙ୍କର ରିପୋର୍ଟକୁ ଜିନମ ସିକ୍ୱେନ୍ସିଂ ପାଇଁ ପଠାଯାଇଛି । ଏହା ସହ ୨ ଜଣଙ୍କ କଣ୍ଟାକ୍ଟ ଟ୍ରେସିଂ ରିପୋର୍ଟ ନେଗେଟିଭ୍ ଆସିଛି । ଦୁଇ ଜଣଙ୍କର କଣ୍ଟାକ୍ଟ ଟ୍ରେସିଂ ରିପୋର୍ଟ ଆସିନି । ଆକ୍ରାନ୍ତ ସମସ୍ତ ୫ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।

Get real time updates directly on you device, subscribe now.