fbpx

ଆସୁଛି ବାତ୍ୟା ! ୭ ଜିଲ୍ଲାପାଳଙ୍କୁ ସତର୍କ କଲେ ଏସଆରସି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ସମୟରେ ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି ।ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ୱବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି ।

ଏହାର ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟା ର ରୂପ ନେବାର ସମ୍ଭାବନା ରହିଛି । ୨୨ ରୁ ରୁ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ଯିବା ବାରଣ ହୋଇଛି । ୨୩ ରୁ ଓଡିଶା ଉପକୂଳର ଆଖପାଖ ସମୁଦ୍ରକୁ ଯିବାକୁ ମନା ହୋଇଥିବା ବେଳେ ୨୨ ସୁଦ୍ଧା ସମୁଦ୍ର ମଧ୍ୟରୁ ମତ୍ସ୍ୟଜୀବୀମାନଙ୍କୁ ଉପକୂଳକୁ ଫେରି ଆସିବାକୁ ସୂଚନା ଜାରି ହୋଇଛି ।

ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି । ସେହି ୭ଟି ଜିଲ୍ଲା, ଯେପରିକି ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ସମସ୍ତ ପ୍ରକାର ସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Get real time updates directly on you device, subscribe now.