ପରିବହନ ପ୍ରାଧିକରଣ ନିଷ୍ପତ୍ତି: ଆଜିଠୁ ମଦ୍ୟପ ଗାଡ଼ିଚାଳକଙ୍କ ବିରୁଦ୍ଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ
ମଦ୍ୟପ ଗାଡ଼ିଚାଳକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ ନିଷ୍ପତ୍ତି
ମଦ୍ୟପ ଗାଡ଼ିଚାଳକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ ନିଷ୍ପତ୍ତି ନେଇଛି । ଆଜି ମଧ୍ୟରାତ୍ରରୁ ଏଥିପାଇଁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ ହେଉଛି ।
ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନକାରୀ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିବାକୁ ପରିବହନ ଆୟୁକ୍ତ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆବଶ୍ୟକ ସ୍ଥଳେ ଗାଡ଼ି ମାଲିକଙ୍କ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।
ରାଜ୍ୟରେ ଆସନ୍ତା କାଲିଠାରୁ ସଡ଼କ ସୁରକ୍ଷା ସପ୍ତାହ ପାଳନ କରାଯିବ । ଆଜି ମଧ୍ୟରାତ୍ରରୁ ଆସନ୍ତା ୭ ତାରିଖ ଯାଏଁ ଏହି ସ୍ୱତନ୍ତ୍ର ଅଭିଯାନ ଜାରି ରହିବ ବୋଲ ପରିବହନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।