fbpx

Big Breaking: ନିର୍ବାଚନ ନେଇ ଜିଲ୍ଲାପାଳ ଏବଂ ଏସପିମାନଙ୍କୁ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦେଶର ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଭିନ୍ନ ରାଜନୈତିକ ଦଳମାନଙ୍କ ମଧ୍ୟରେ ଅଙ୍କ କଷା ଚାଲିଛି । ଏହି ସମୟରେ ଭାରତୀୟ ନିର୍ବାଚନ କମିଶନଙ୍କ ବିବୃତ୍ତି ସାମ୍ନାକୁ ଆସିଛି । ସେ ନିର୍ବାଚନ ପାଇଁ ପୂରା ପ୍ରସ୍ତୁତ ବୋଲି କହିଛନ୍ତି । ଏହାରି ମଧ୍ୟରେ ନିର୍ବାଚନକୁ ନେଇ ଜିଲ୍ଲାପାଳ ଏବଂ ଏସପିମାନଙ୍କୁ ଇସିଆଇଙ୍କ ଦ୍ୱାରା କଡ଼ା ନିର୍ଦ୍ଦେଶ ଦିଆଯାଇଛି ।

ଭାରତୀୟ ନିର୍ବାଚନ କମିଶନ କହିଛନ୍ତି ଯେ, ସବୁ ରାଜନୈତିକ ଦଳ ପ୍ରତି ସମାନ ମନୋଭାବ ପୋଷଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ନିରପେକ୍ଷ, ସ୍ୱଚ୍ଛ ଏବଂ ସବୁ ରାଜନୈତିକ ଦଳର ଅଭିଯୋଗ ଶୁଣିବାକୁ ନିର୍ଦ୍ଦେଶ ଦିଆଯାଇଛି । ନିରପେକ୍ଷ ଓ ଶୃଙ୍ଖଳିତ ନିର୍ବାଚନ ପରିଚାଳନା ପାଇଁ ଇସିଆଇ କହିଛନ୍ତି ।

ଭାରତୀୟ ନିର୍ବାଚନ କମିଶନ କହିଛନ୍ତି ଯେ, ନିର୍ବାଚନ ପାଇଁ ଆମେ ପୂରା ପ୍ରସ୍ତୁତ। ସମୀକ୍ଷା ପରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ସୂଚନା ଦେଇଛନ୍ତି । ତାଙ୍କ କହିବା ଅନୁଯାୟୀ, ‘ଉଭୟ ଲୋକସଭା ଏବଂ ବିଧାନସଭା ନିର୍ବାଚନ ପାଇଁ ଆମେ ପ୍ରସ୍ତୁତ । ନିର୍ବାଚନ ପରିଚାଳନା ପାଇଁ ସମସ୍ତ ପ୍ରସ୍ତୁତି ପର୍ବ ସରିଯାଇଛି । ସବୁ ଭୋଟର ଆସନ୍ତୁ, ଗଣତନ୍ତ୍ର ମହାପର୍ବରେ ସାମିଲ ହୁଅନ୍ତୁ ।’

ଓଡ଼ିଶାରେ ମୋଟ ୩ କୋଟି ୩୨ ଲକ୍ଷ ଭୋଟର ଏଥର ଭୋଟ ଦେବେ । ମୋଟ ୩୭,୮୦୯ ବୁଥରେ ଭୋଟ ଦିଆଯିବ । ଏହା ବ୍ୟତୀତ ୨୨,୬୮୫ରେ ୱେବକାଷ୍ଟିଂ ହେବ । ୪ ହଜାର ବୁଥରେ କେବଳ ମହିଳା ଅଧିକାରୀ ନିୟୋଜିତ ହେବେ ।

Get real time updates directly on you device, subscribe now.