fbpx

ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣାରେ ଇଞ୍ଜିନିୟରିଂ ଓ ମେଡିକାଲ କୋଚିଂ: ରାଜ୍ୟ ସରକାର ଆରମ୍ଭ କଲେ ନୂଆ ଯୋଜନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଇଞ୍ଜିନିୟରିଂ ଓ ମେଡିକାଲ ଛାତ୍ରଛାତ୍ରୀମାନେ ପାଇବେ ମାଗଣାରେ କୋଚିଂ ସୁବିଧା । ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିଭାଗ ପକ୍ଷରୁ ଏଥିପାଇଁ ଆରମ୍ଭ କରାଯାଇଛି ‘ଛାତ୍ର ପ୍ରୋତ୍ସାହନ ଯୋଜନା’ । ଏହି ଯୋଜନାରେ ପ୍ରତ୍ୟେକ ବର୍ଷ ରାଜ୍ୟର ୩୨୦ ଜଣ ଛାତ୍ରଛାତ୍ରୀଙ୍କୁ ରାଜ୍ୟ ସରକାର ମାଗଣାରେ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ଯୋଗାଇଦେବେ । ଏହା ଦ୍ୱାରା ଦୁର୍ଗମ ଅଞ୍ଚଳରେ ରହୁଥିବା ଛାତ୍ରଛାତ୍ରୀଙ୍କ ମେଧା ଦକ୍ଷତା, ପ୍ରତିଭା ଓ ପ୍ରତିଯୋଗୀ ମନୋଭାବ ବିକଶିତ ହୋଇପାରିବ । ଛାତ୍ରଛାତ୍ରୀମାନେ ୨୦୨୩ ବର୍ଷର ପରୀକ୍ଷା ନିମନ୍ତେ ପ୍ରସ୍ତୁତ ହେବେ ବୋଲି ବିଭାଗୀୟ ସଚିବ ସୂଚନା ଦେଇଛନ୍ତି ।
ଏହି ଯୋଜନା ଦ୍ୱାରା ଦଶମ ଶ୍ରେଣୀର ମେଧାବୀ ଅନୁସୂଚିତ ଜନଜାତି ଓ ଜାତିର ଛାତ୍ରଛାତ୍ରୀଙ୍କୁ ତରୁଣ ବୟସରୁ ପ୍ରୋତ୍ସାହିତ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି । ମନୋନୀତ ଛାତ୍ରଛାତ୍ରୀଙ୍କୁ ସେମାନେ ପଢ଼ୁଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିବେଶରେ କୋଚିଂ ଦିଆଯିବ । ଏହି ଯୋଜନା ନିମନ୍ତେ ମନୋନୀତ କୋଚିଂ ଓ ଏଜେନ୍ସି ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏହି ଏଜେନ୍ସିଗୁଡ଼ିକ ପ୍ରତ୍ୟକ୍ଷ ଭାବେ ମେଡିକାଲ ଓ ଇଞ୍ଜିନିୟରିଂ କୋଚିଂ ପ୍ରଦାନ କରିବେ । ମନୋନୀତ ଛାତ୍ରଛାତ୍ରୀଙ୍କୁ ୭ଟି ଉତ୍କର୍ଷ କେନ୍ଦ୍ରରେ ପ୍ରସ୍ତୁତି ନିମନ୍ତେ ପ୍ରଶିକ୍ଷିଣ ଦିଆଯିବ ବୋଲି କୁହାଯାଇଛି ।

Get real time updates directly on you device, subscribe now.