fbpx

ଆଜି ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା, କେବଳ ଏହିମାନେ ପାଇବେ 5 ହଜାର

ଭୁବନେଶ୍ବର: ଆଜି ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଆଜି 35 ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ 5ହଜାର ଟଙ୍କା ଯିବ । ମଙ୍ଗଳବାର ସୁଦ୍ଧା  ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ତେବେ ଆଜି ଏହି ଟଙ୍କା ଆକାଉଣ୍ଟକୁ ଆସିବାକୁ ଥିବା ବେଳେ ବ୍ୟାଙ୍କ ଆଗରେ ଧାଡି ନଲଗାଇବା ପାଇଁ ଉପମୁଖ୍ୟମନ୍ତ୍ରୀ କହିଛନ୍ତି । କେହି ବି ବ୍ୟାଙ୍କ ସମ୍ମୁଖରେ ଭିଡ ଲଗାନ୍ତୁ ନି ଘର ବସି ରୁହନ୍ତୁ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ । ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସ୍ୱଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଯିବାର ବ୍ୟବସ୍ଥା କରାଯାଇଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟ ନିମନ୍ତେ ଏପରି କିଛି ବ୍ୟବସ୍ଥା ଏଯାବତ ଆରମ୍ଭ କରାଯାଇନାହିଁ ବୋଲି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଅର୍ଥାତ୍ 1 ଟଙ୍କା ଆକାଉଣ୍ଟକୁ ଯାଇନଥିଲେ ମଧ୍ୟ ବ୍ୟସ୍ତ ହୁଅନ୍ତୁନି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।  ସୋସିଆଲ ମିଡିଆରେ ଚାଲୁଥିବା ଏହି ମିଥ୍ୟା ଖବର ଦ୍ୱାରା ଭ୍ରମିତ ନ ହେବା ପାଇଁ ବିଭାଗ ତରଫରୁ ଅନୁରୋଧ କରାଯାଇଛି । ‘ସୁଭଦ୍ରା’ ଯୋଜନା ସମ୍ବନ୍ଧୀୟ ସମସ୍ତ ଅପଡେଟ ଖବର ପାଇଁ ସୁଭଦ୍ରାର ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋଶାଲ ମିଡିଆକୁ ଅନୁସରଣ କରନ୍ତୁ ଅବା ଟୋଲ ଫ୍ରୀ ନମ୍ବର- ୧୪୬୭୮କୁ କଲ୍ କରନ୍ତୁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

Get real time updates directly on you device, subscribe now.