ବଡ଼ ଖବର: ୯ ତାରିଖରେ ମିଳିବ ସୁଭଦ୍ରା ତୃତୀୟ କିସ୍ତି, ହିତାଧିକାରୀ କେମିତି ଟଙ୍କାର ବିନିଯୋଗ କଲେ ସରକାର କରିବେ ଅନୁଧ୍ୟାନ

ରାକ୍ଷୀ ପୂର୍ଣ୍ଣିମାରେ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା । ଆଜିଠାରୁ ଆରମ୍ଭ ହେଲା ସମୀକ୍ଷା ।

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ଆରମ୍ଭ ହେଲା ସୁଭଦ୍ରା ସମୀକ୍ଷା କାର୍ଯକ୍ରମ । ରାଜ୍ୟରେ ସୁଭଦ୍ରା ଯୋଜନାର ସମୀକ୍ଷା କରିବେ ଅଙ୍ଗନବାଡ଼ି ଦିଦି, ଏସଏଚଜି ମହିଳା ଓ ଉଚ୍ଚ ଶିକ୍ଷା ବିଭାଗର ଛାତ୍ରଛାତ୍ରୀ ।

ଆଇଆଇଏମ୍ ସମ୍ବଲପୁରର ମଡେଲ ସହ ଉଚ୍ଚଶିକ୍ଷା ବିଭାଗର ଛାତ୍ରଛାତ୍ରୀଙ୍କ ସହଯୋଗରେ ମହିଳା ଶିଶୁ ବିକାଶର ମିଳିତ ଉଦ୍ୟମରେ ରାଜ୍ୟବ୍ୟାପି ଏହି ସୁଭଦ୍ରା ସମୀକ୍ଷା କରାଯିବ । ରାଜ୍ୟରେ ୨୦୦ରୁ ଅଧିକ ଅଙ୍ଗନୱାଡ଼ି କେନ୍ଦ୍ରର ମଧ୍ୟ ଏହି କାର୍ଯ୍ୟକ୍ରମ ଜରିଆରେ ସମୀକ୍ଷା କରାଯିବ ।

ଏକ ସ୍ଵତନ୍ତ୍ର ଆପ ମାଧ୍ୟମରେ ଏହି ସବୁ ସମୀକ୍ଷା ହେବ । ସୁଭଦ୍ରା ଯୋଜନା ଦୁଇଥର ପାଇବା ପରେ ତାହାକୁ ଅନୁଧ୍ୟାନ କରାଯିବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ହିତାଧିକାରୀ କିପରି ଦୁଇଟି କିସ୍ତିକୁ ଖର୍ଚ୍ଚ କରିଛନ୍ତି ତାହାକୁ ଅନୁଧ୍ୟାନ କରାଯିବ । ଏଥିରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ମେମ୍ବରଙ୍କ ସହ ପିଆରଆଇ ମେମ୍ବର, ଅଙ୍ଗନବାଡ଼ି ମେମ୍ବର ଓ ହେଲ୍ପରଙ୍କ ସହ ଉଚ୍ଚ ଶିକ୍ଷା ବିଭାଗର ଛାତ୍ରଛାତ୍ରୀ ଏହି ଦିଗରେ କାର୍ଯ୍ୟ କରିବେ ।

ଏହି କାର୍ଯ୍ୟକ୍ରମ ୨୨ ହଜାର ମହିଳାଙ୍କୁ ସୁଭଦ୍ରା ସମୀକ୍ଷା କରିବାକୁ ପ୍ରାୟ ୧ ମାସ ସମୟ ଲାଗିବ ବୋଲି ପ୍ରତିକ୍ରିୟା ରଖିଛନ୍ତି ପ୍ରଭାତୀ ପରିଡ଼ା । ଯେଉଁମାନେ ଦ୍ୱିତୀୟ କିସ୍ତି ପାଇନାହାନ୍ତି ତାଙ୍କ ଉପରେ ରିଭ୍ୟୁ କରାଯିବ । ଆସନ୍ତା ୨ ଦିନ ମଧ୍ୟରେ ସମ୍ପୃଣ ହିତାଧିକାରୀଙ୍କ ତାଲିକାକୁ ରିଭ୍ୟୁ କରାଯିବ। ବହୁତ୍ ଜଲଦି ଯୋଗ୍ୟ ହିତାଧିକାରୀ ପାଇବେ ସୁଭଦ୍ରା ଟଙ୍କା ।

ଆସନ୍ତା ରକ୍ଷାବନ୍ଧନ ଅବସରରେ ମିଳିବ ସୁଭଦ୍ରା ଯୋଜନା ର ତୃତୀୟ କିସ୍ତି। ଆସନ୍ତା ଅଗଷ୍ଟ ୯ ତାରିଖରେ ଓଡ଼ିଶାର ମହିଳା ପାଇବେ ସୁଭଦ୍ରା ତୃତୀୟ କିସ୍ତି। ଏ ନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ।