fbpx

ରାଜ୍ୟରେ ୬୮ହଜାର ୫୭ନମୁନା ପରୀକ୍ଷା ହୋଇଛି: ବାଗଚୀ

ଭୁବନେଶ୍ୱର, ୧୨ା୫(ଓଡ଼ିଶା ଭାସ୍କର): କରୋନା ସମ୍ପର୍କିତ ଅପଡ଼େଟ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ଯେ ଆଜି ବିଶ୍ୱ ନର୍ସିଂ, ଫୋରେନ୍ସ ନାଇଟଙ୍ଗଲଙ୍କୁ ମନେପକାଇବାର ଦିନ । ଏହାସହ ଆଜି କରୋନା ମୁକାବିଲା କରିବା ନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିିଥିଲେ । କୋଭିଡ଼ କେୟାର ସେଣ୍ଟର ଶଯ୍ୟା ସଂଖ୍ୟା ବଢ଼ାଇବା ଉପରେ ଗୁରୁତ୍ୱ ଦିଆଯାଇଛି । ୬ଟି ଜିଲ୍ଳାରେ କୋଭିଡ଼ କେୟାର ସେଣ୍ଟର ଶଯ୍ୟା ବଢ଼ିବ ।୬ଟି ଜିଲ୍ଲାଗୁଡ଼ିକ ହେଉଛି ଗଞ୍ଜାମ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ବଲାଙ୍ଗୀର । ସଙ୍ଗରୋଧ କେନ୍ଦ୍ର ଉପଯୁକ୍ତ ପରିଚାଳନା ଉପରେ ଗୁରୁତ୍ୱ ଦିଆଯାଇଛି । ଲକ୍ ଡାଉନ ସମୟରେ ଲାଗୁ କରାଯାଇଥିବା ଗାଇଡ଼ଲାଇନକୁ ସମସ୍ତେ ମାନିବା ବାଧ୍ୟତାମୂଳକ । ଯେଉଁମାନେ ନିୟମ ଉଲ୍ଲଙ୍ଘନ କରିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।
ବିଶ୍ୱରେ ଏବେ ୪୨ଲକ୍ଷ ୭୨ହଜାର ୬୮୯ କରୋନା ଆକ୍ରାନ୍ତ ଥିବା ବେଳେ ୨ଲକ୍ଷ ୮୭ହଜାର ୬୧୫ଜଣଙ୍କ ମୃତ୍ୟୁ ହୋଇସାରିଛି । ସେହିପରି ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦ହଜାର ୭୫୬ ଥିବା ବେଳେ ମୃତ୍ୟୁ ସଂଖ୍ୟା ୨୨୯୩ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୨୨ହଜାର ୪୫୫ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ୪୬ହଜାର ୮ଜଣ ଚିକିତ୍ସାଧୀନ ଅଛନ୍ତି । ରାଜ୍ୟରେ ଏପର୍ଯ୍ୟନ୍ତ ୬୮ହଜାର ୫୭ ନମୁନା ପରୀକ୍ଷା ହୋଇଛି । ପରୀକ୍ଷା ହୋଇଥିବା ନମୁନା ମଧ୍ୟରୁ ୪୩୭ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି । ସେମାନଙ୍କ ମଧ୍ୟରୁ ୮୫ଜଣ ସୁସ୍ଥ ହୋଇଥିବା ବେଳେ ୩ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଏବେ ୩୪୯ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Get real time updates directly on you device, subscribe now.