fbpx

ଭୁବନେଶ୍ବରରେ ପହଞ୍ଚିଲେ ସୁଦାମ ମାରାଣ୍ଡି: ଆଜି ମନ୍ତ୍ରୀ ଭାବେ ନେବେ ଶପଥ, ପ୍ରତିକ୍ରିୟାରେ କହିଲେ ଏପରି

Advertisement

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ହେବ ଚାଲିଥିବା କଳ୍ପନା ଜଳ୍ପନାରେ ପଡ଼ିଛି ପୂର୍ଣ୍ଣଚ୍ଛେଦ । ତିନି ନୂଆ ମନ୍ତ୍ରୀଙ୍କ ନାମ ଘୋଷଣା ହୋଇଛି, ସେମାନେ ହେଉଛନ୍ତି ପୂର୍ବତନ ବାଚସ୍ପତି ବିକ୍ରମ ଆରୁଖ, ବିଧାୟକ ଶାରଦା ନାୟକ ଏବଂ ସୁଦାମ ମାର୍ଣ୍ଡି । ଆଜି ହେବ ରାଜ୍ୟ ମନ୍ତ୍ରିମଣ୍ଡଳର ଅଦଳବଦଳ। ଶପଥ ନେବେ ତିନି ନୂଆ ମନ୍ତ୍ରୀ। ତେବେ କିଏ କେଉଁ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ନେବେ ତାହା ଜଣାପଡ଼ିନି। ତିନି ଜଣ ଯାକ କ୍ୟାବିନେଟ ପାହ୍ୟା ପାଇବେ ବୋଲି ସୂଚନା ମିଳିଛି।

ଅନ୍ୟପଟେ ଭୁବନେଶ୍ବରରେ ପହଞ୍ଚି ସାରିଛନ୍ତି ବାଙ୍ଗିରୀପୋଷି MLA ସୁଦାମ ମାରାଣ୍ଡି । ଭୁବନେଶ୍ବରରେ ପହଞ୍ଚିବା ପରେ ସୁଦାମ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟବାସୀଙ୍କ ସେବା ପାଇଁ ମୁଖ୍ୟମନ୍ତ୍ରୀ ପୁଣି ଥରେ ମୋ ଉପରେ ଆସ୍ଥା ପ୍ରକଟ କରିଛନ୍ତି । ଯେଉଁ ଦାୟିତ୍ବ ଦେବେ ସୂଚାରୁ ରୂପେ ତୁଲାଇବି ।’ ମୟୂରଭଂଜ ଜିଲ୍ଲାର ବିଜେଡି ସଭାପତି ଅଛନ୍ତି ସୁଦାମ ମାରାଣ୍ଡି। ସେ ୫ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବେଳେ ୨ ଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି। ୨ଥର ମନ୍ତ୍ରୀ ମଧ୍ୟ ହୋଇଛନ୍ତି। ପୂର୍ବରୁ ରାଜସ୍ୱ ଓ ପ୍ରଶମନ ବିଭାଗ ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳି ଥିଲେ ସୁଦାମ ମାରାଣ୍ଡି।

ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ନୂଆ ମନ୍ତ୍ରୀ ମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଗତ ୧୨ ତାରିଖରେ ବାଚସ୍ପତି ପଦରୁ ବିକ୍ରମ ଆରୁଖ ଏବଂ ଦୁଇ ମନ୍ତ୍ରୀ ସମୀର ଦାସ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ କଲ୍ ଆସିବା ପରେ ବିକ୍ରମ ଆରୁଖ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନିକଟରେ ମୁଁ କୃତଜ୍ଞ। ତେବେ ଯେଉଁ ବିଭାଗ ମିଳିବ ଆନ୍ତରିକତାର ସହ ଦାୟିତ୍ୱ ତୁଲାଇବି। ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋ ଉପରେ ଆସ୍ଥା ପ୍ରକଟ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ । ଓଡ଼ିଶାବାସୀଙ୍କ ସେବାରସୁଯୋଗ ପାଇବା ସୌଭାଗ୍ୟର ବିଷୟ।

Get real time updates directly on you device, subscribe now.