ରାଜଧାନୀରେ ନିଆଁ ବର୍ଷା, ତ୍ରାହି ତ୍ରାହି ଡାକିଲେଣି ବାସିନ୍ଦା।

ଦିନ୧୧ସୁଦ୍ଧା ସବୁଠାରୁ ଉତପ୍ତ ସହର।

ଭୁବନେଶ୍ଵର: ସକାଳୁ ରାଜଧାନୀ ଭୁବନେଶ୍ୱରରେ ତାତି ସାଙ୍ଗକୁ ଅସହ୍ୟ ଗୁଳୁଗୁଳି। ୮ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ତାତି ୩୨ ଦଶମିକ ୮ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଆଦ୍ରତା ରହିଛି ୭୧.୬ ପ୍ରତିଶତ ।

ଗତ ୩ ଦିନ ହବ ୪୦ ଡିଗ୍ରୀ ଉପରେ ରହିଛି ରାଜଧାନୀ ତାତି। ଘରୁ ପାଦ କାଢ଼ିବାକୁ ହେଲେ ଓଦା ଗାମୁଛା ସହ ପାଣି ବୋତଲ ସାଙ୍ଗରେ ଧରି ବାହାରିବାକୁ ପଡୁଛି ।ବାୟୁମଣ୍ଡଳରେ ଆଦ୍ରତା ପରିମାଣ ଅଧିକ ରହିବା ହେତୁ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି।

୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ଗରମ ଅନୂଭୁତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଆଗାମୀ ୩ ଦିନ ପର୍ଯ୍ୟନ୍ତ ୨ ରୁ ୩ ଡିଗ୍ରୀ ବଢିବ ଦିନ ତାପମାତ୍ରା ।

ସେପଟେ ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ । ୨୪ ଘଣ୍ଟା ମଧ୍ୟରେ ଛୁଇଁପାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଣ୍ଡାମାନ ସାଗର ସମେତ ଦକ୍ଷିଣ ବଙ୍ଗୋପସାଗର ଓ ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସଂପୂର୍ଣ୍ଣ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଣ୍ଡାମାନ ଛୁଇଁବାର ଦୁଇ ସପ୍ତାହ ମଧ୍ୟରେ ମୌସୁମୀ କେରଳରେ ପହଞ୍ଚିପାରେ । ଜୁନ୍ ଦ୍ବିତୀୟ ସପ୍ତାହରେ ଦକ୍ଷିଣ ପଶ୍ଚିମ ମୌସୁମୀ ଓଡ଼ିଶା ସ୍ପର୍ଶ କରିବ ବୋଲି ଆକଳନ କରାଯାଇଛି ।