ଓଡ଼ିଶାରେ ଅଙ୍ଗନବାଡ଼ି କେନ୍ଦ୍ରରେ ଗ୍ରୀଷ୍ମ ଛୁଟି ପ୍ରସଙ୍ଗ: ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ସରକାର ନିଷ୍ପତ୍ତି ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକ ଭଳି ଅନୁଷ୍ଠାନ ପାଇଁ ଗ୍ରୀଷ୍ମ ଛୁଟି ଘୋଷଣା କରିଥିବାବେଳେ, ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ପାଇଁ ଛୁଟି ଘୋଷଣା କରାଯାଇ ନ ଥିବାରୁ କ୍ଷୋଭ ପ୍ରକାଶ ପାଇଛି। ଏହାକୁ ନେଇ ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ଏକ ମାମଲା ଦାଏର କରାଯାଇଥିଲା। ଅଙ୍ଗନବାଡ଼ି ପାଇଁ ଗ୍ରୀଷ୍ମ ଛୁଟି ଘୋଷଣା ସମ୍ପର୍କିତ ଏହି ମାମଲାର ଶୁଣାଣି କରି ହାଇକୋର୍ଟ ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ଏ ଦିଗରେ ନିଷ୍ପତ୍ତି ନେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।