fbpx

ନାଗରିକତା ସଂଶୋଧନ ଆଇନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ, ୧୮ା୧୨: ନାଗରିକତା ସଂଶୋଧନ ଆଇନ ଲାଗୁ ହେବା ପରେ ଦେଶର କେତେକ ସ୍ଥାନରେ ବିକ୍ଷୋଭ ସହ ହିଂସାକାଣ୍ଡ ମଧ୍ୟ ଦେଖା ଦେଇଛି । ଏହାରି ମଧ୍ୟରେ ଆଜି ସେହି ଆଇନକୁ ନେଇ କେନ୍ଦ୍ରକୁ ନୋଟିସ ଜାରି କରାଯାଇଛି । କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି ସୁପ୍ରିମକୋର୍ଟ । ନାଗରିକତା ଆଇନକୁ ନେଇ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ ହୋଇଥିଲା । ଜାନୁଆରୀ ୨୨ରେ ମାମଲାରେ ପରବର୍ତ୍ତୀ ଶୁଣାଣି ହେବ ବୋଲି ସୂଚନା ମିଳିଛି ।

ଏହି ବିଲ୍ ଅନୁସାରେ ପାକିସ୍ତାନ, ଆଫଗାନିସ୍ତାନ ଓ ବାଙ୍ଗଲାଦେଶରେ ଧର୍ମୀୟ ହିଂସାର ସମ୍ମୁଖୀନ ହେଉଥିବା ହିନ୍ଦୁ, ବୌଦ୍ଧ, ଶିଖ୍, ଖ୍ରୀଷ୍ଟିଆନ, ପାର୍ସୀ ଓ ଜୈନ ଆଦି ସଂପ୍ରଦାୟର ଶରଣାର୍ଥୀମାନଙ୍କୁ ଭାରତରେ ନାଗରିକତା ଦିଆଯିବ । କିନ୍ତୁ ସେଥିରେ ମୁସଲିମ ମାନଙ୍କୁ ନାଗରିକତା ଦିଆଯିବ ନାହିଁ ।

ଉଲ୍ଲେଖଯୋଗ୍ୟ ଯେ ନାଗରିକତା ସଂଶୋଧନ ବିଲ ଲୋକସଭାରେ ବହୁ ମତରେ ପାରିତ ହେବା ପରେ ରାଜ୍ୟସଭାରେ ମଧ୍ୟ ବହୁ ତର୍କ ବିତର୍କରେ ପରେ ମଧ୍ୟ ବିଲଟି ପାସ ହୋଇଥିଲା । ନାଗରିକତା ସଂଶୋଧନ ବିଲ ଉପରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ମୋହର ମାରିବା ପରେ ତାହା ଆଇନରେ ପରିଣତ ହୋଇଯାଇଛି । ଏନେଇ କେତେକ ଜାଗାରେ ଅସନ୍ତୋଷ ସହ ଅଶାନ୍ତି ମଧ୍ୟ ଦେଖା ଦେଇଛି ।

Get real time updates directly on you device, subscribe now.