fbpx

ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ; ୫ଘଣ୍ଟା ଧରି ରହିବ ଟ୍ରାଫିକ କଟକଣା

Advertisement

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଜୁନ୍ ୧୨ ତାରିଖ ବା ଆସନ୍ତା ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ଆଖି ଆଗରେ ରଖି କରାଯାଇଛି ଟ୍ରାଫିକ କଟକଣା । ଦିନ ୨ରୁ ସଂଧ୍ୟା ୭ କିମ୍ବା ଶପଥ ସମାରୋହ ସରିବା ଯାଏଁ କଟକଣା ବଳବତ ରହିବ । ଜୟଦେବ ବିହାରରୁ ନାଲକୋ ଛକ ଯାଏଁ ଏବଂ ସଂଲଗ୍ନ ଗଳି ରାସ୍ତାରେ ଗାଡ଼ି ଚଳାଚଳ ମନା କରାଯାଇଛି । ସମସ୍ତ କାର୍ଯ୍ୟକ୍ରମକୁ ଆଖି ଆଗରେ ରଖି ଜଣେ ଆଇଜି ଓ ୨ ଡିଆଇଜିଙ୍କୁ ଦାୟିତ୍ବ ଦିଆଯାଇଛି ।

ଜନତା ମଇଦାନ ସୁରକ୍ଷା ଦାୟିତ୍ବ ତଦାରଖ କରିବେ ଆଇଜି ପ୍ରବୀଣ କୁମାର । ଟ୍ରାଫିକ ବୁଝିବେ ଡିଆଇଜି ସାର୍ଥକ ଷଡ଼ଙ୍ଗୀ ଏୟାରପୋର୍ଟ, ଉମାଶଙ୍କର ଦାସ । ୧୩ ଡିସିପି, ୧୮ ଏଡିସିପି ରାଙ୍କ ଅଧିକାରୀ ମଧ୍ୟ ଦାୟିତ୍ବରେ ରହିବେ । ୫୮ ଏସିପି, ୯୪ ଇନ୍ସପେକ୍ଟର, ୩୧୨ ଏସ୍‌ଆଇ/ଏଏସ୍‌ଆଇ ରହିବେ । ଆସନ୍ତାକାଲି ଦିନ ୨ଟାରୁ ୭ଟା ପର୍ଯ୍ୟନ୍ତ ପାଖାପାଖି ପାଞ୍ଚ ଘଣ୍ଟା ସଂପୃକ୍ତ ଅଞ୍ଚଳରେ ଟ୍ରାଫିକ କଟକଣା ବଳବତ ରହିବ ।

Get real time updates directly on you device, subscribe now.