fbpx
BSKY SKY
BSKY SKY

ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବାଘେଲ, ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରସ୍ତାବ

BSKY

ଭୁବନେଶ୍ଵର: ବାହାନଗାରେ କରମଣ୍ଡଳ ଏକ୍ସପ୍ରେସର ଦୁର୍ଘଟଣାରେ ପୁରା ଦେଶ ସ୍ତବ୍ଦ ହୋଇଯାଇଛି। ଗତକାଲିଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତ୍ୟେକ୍ଷ ଭାବେ ଘଟଣାର ଅନୁଧ୍ୟାନ କରୁଥିବା ବେଳେ ଆଜି ଘଟଣା ସ୍ଥଳ ପରିଦର୍ଶନ କରିଛନ୍ତି। ତେବେ ଏହି ଘଟଣା ସମ୍ପର୍କରେ ଆଜି ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଆଜି ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ କରମଣ୍ଡଳ ଦୁର୍ଘଟଣା ସଂପର୍କରେ ଆଲୋଚନା କରିଥିଲେ।

ଏହି ସମୟରେ ସେ ଦୁର୍ଘଟଣା ରେ ମୃତାହତ ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଆହତ ଲୋକଙ୍କ ଉଦ୍ଧାର, ଚିକିତ୍ସା ଆଦି ଯେ କୌଣସି କାମ ପାଇଁ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସେ ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ଏହି ସଦିଚ୍ଛା ପାଇଁ ତାଙ୍କୁ ଧନ୍ୟବାଦ୍ ଦେଇଥିଲେ।

Get real time updates directly on you device, subscribe now.