fbpx

କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ

Advertisement

ଭୁବନେଶ୍ୱର, (ଓଡିଶା ଭାସ୍କର): ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନା ପିଜିଟିଭ୍ ରିପୋର୍ଟ ଆସିବା ପରେ ସେ ରାଜଧାନୀ ଭୁବନେଶ୍ୱରର ସମ୍ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏନେଇ ତାରାଙ୍କ ପରିବାରବର୍ଗ ସୂଚନା ଦେଇଥିବା ଜଣାପଡ଼ିଛି । ତାଙ୍କଠାରେ କୋଭିଡ୍-୧୯ର ସାମାନ୍ୟ ଲକ୍ଷଣ ରହିଥିବା ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାରାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନାେଯୋଗ୍ୟ ଯେ, କରୋନାରେ ପୂର୍ବରୁ ରାଜ୍ୟର ଅନେକ ରାଜନେତା ସଂକ୍ରମିତ ହୋଇଥିଲେ । ସେମାନଙ୍କ ମଧ୍ୟରୁ ଅନେକ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଆଉ କିଛି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି ।

Get real time updates directly on you device, subscribe now.