ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୧ କୋଟି ଲେଖାଏଁ ସହାୟତା ରାଶି ଦେବ ଟାଟା ଗୃପ୍

ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଦେବ ଟାଟା ଗୃପ୍। 

ଗୁଜୁରାଟ: ମୃତକଙ୍କ ପରିବାରକୁ ମିଳିବ ସହାୟତା ରାଶି। ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତ ମୃତକଙ୍କ ପରିବାରକୁ ମିଳିବ ସହାୟତା ରାଶି। ଏହି ସହାୟତା ରାଶି ଦେବ ଟାଟା ଗୃପ୍।

ପ୍ରତି ମୃତକଙ୍କ ପରିବାରକୁ ମିଳିବ ୧ କୋଟି ଲେଖାଏଁ ସହାୟତା ରାଶି। ଏନେଇ ଟାଟା ଗୃପ୍ ପକ୍ଷରୁ ସୂଚନା  ଦିଆଯାଇଛି। ଆଜି ଅପରାହ୍ନରେ ଗୁଜୁରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ଯେଉଁଥିରେ ଥିଲେ ୨୪୨ ଜଣ ଲୋକ। କୁହାଯାଉଛି ଏହି ଦୁର୍ଘଟଣାରେ ମାତ୍ର ଜଣେ ଯାତ୍ରୀ ଜୀବିତ ଅଛନ୍ତି। ତାଙ୍କର ହସ୍ପିଟାଲରେ ଚିକିତ୍ସା ଚାଲିଛି। ଏହାସହ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ମଧ୍ୟ ଏହି ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।

ହେଲେ ଏବେ ଏହି ଭୟଙ୍କର ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତ ମୃତକଙ୍କ ପରିବାରକୁ ୧ କୋଟି ଲେଖାଏଁ ସହାୟତା ରାଶି ଘୋଷଣା କରିଛି ଟାଟା ଗୃପ୍।

ଏଥିସହ ଆହତଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ବହନ କରିବାକୁ ପ୍ରତିଶୃତି ଦେଇଛି ଟାଟା ଗୃପ୍। କ୍ଷତିଗ୍ରସ୍ତ ମେଡିକାଲ କଲେଜ କୋଠା ସଜାଡ଼ିବାକୁ ମଧ୍ୟ ପ୍ରତିଶୃତି ଦେଇଛି।