fbpx
BSKY SKY
BSKY SKY

ରାଜ୍ୟର ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ପୂରଣ ହେବ ଶିକ୍ଷକ ଓ ଅଣଶିକ୍ଷକ ପଦ: ଉଚ୍ଚଶିକ୍ଷା ବିଭାଗ

BSKY

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ସମସ୍ତ ଚାକିରି ଆଶାୟୀଙ୍କ ପାଇଁ ଏକ ଖୁସି ଖବର । ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନଗୁଡ଼ିକରେ ଖାଲି ପଡ଼ିଥିବା ଶିକ୍ଷକ ଓ ଅଣଶିକ୍ଷକ ପଦ ଖୁବଶୀଘ୍ର ପୂରଣ କରାଯିବ । ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧିନରେ ଥିବା ବିଭିନ୍ନ ସରକାରୀ, ଅନୁଦାନପ୍ରାପ୍ତ କଲେଜ, ବିଶ୍ୱବିଦ୍ୟାଳୟଗୁଡ଼ିକରେ ଏହି ନିଯୁକ୍ତି ଦିଆଯିବ । ଚଳିତ ବର୍ଷ ଏହି ପଦଗୁଡ଼ିକରେ କର୍ମଚାରୀଙ୍କୁ ନିଯୁକ୍ତି ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।

ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜରେ ଖାଲି ଥିବା ୩ ହଜାର ୮ ଶହ ୩୧ଟି ଅଧ୍ୟାପକ ପଦ ପୂରଣ କରାଯିବ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି), ରାଜ୍ୟ ଚୟନ ବୋର୍ଡ (ଏସଏସବି)କୁ ଚିଠି ଲେଖାଯାଇଛି । ଏଥିସହିତ ଏହି ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ବିଭାଗ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି ।

ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜମାନଙ୍କରେ ଶିକ୍ଷକ ଓ ଅଣଶିକ୍ଷକ ପଦ ପୂରଣ କରାଯିବ । ଏହାସହ ଗ୍ରୁପ-ସି ଓ ଗ୍ରୁପ-ଡି ପଦ ପୂରଣ ପାଇଁ ମଧ୍ୟ ପ୍ରକ୍ରିୟା ଆରମ୍ଭ କରାଯିବ । ଚଳିତ ବର୍ଷ ଉଚ୍ଚଶିକ୍ଷାରେ ୫ ହଜାରରୁ ଅଧିକ ପଦରେ ନିଯୁକ୍ତି ଦିଆଯିବ । ଏହି ନିଯୁକ୍ତି ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ଏକ ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କରିଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜମାନଙ୍କରେ ନିଯୁକ୍ତି ନେଇ ଅଧିକ ଗୁରୁତ୍ୱ ଦେଇଥାନ୍ତି । ସେଥିପାଇଁ ନିୟମିତ ବ୍ୟବଧାନରେ ବିଭିନ୍ନ ବିଭାଗୀୟ ମୁଖ୍ୟମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥାଏ ।

Get real time updates directly on you device, subscribe now.