fbpx

ସେପ୍ଟେମ୍ବର ୧୫ ରୁ ପୁଣି ଆରମ୍ଭ ହେବ ତହସିଲଦାରଙ୍କ କ୍ୟାମ୍ପକାର୍ଟ ଶୁଣାଣି: ଗ୍ରାମରେ ହେବ ରାଜସ୍ୱ ମାମଲାର ଫଇସଲା

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମସ୍ତ ସେବା ଅନଲାଇନ ମାଧ୍ୟମରେ ଉପଲବ୍ଧ କରାଯାଇଛି । ରାଜସ୍ଵ ରଥ ମାଧ୍ୟମରେ ଲୋକଙ୍କ ଘରେ ଘରେ ପଟ୍ଟା ଓ ବିଭିନ୍ନ ପ୍ରକାରର ସାର୍ଟିଫିକେଟ ବଣ୍ଟାଯାଉଛି । ପ୍ରତ୍ୟେକ ଜିଲ୍ଲାର ରାଜସ୍ଵ ସମୀକ୍ଷା ବୈଠକ ଫଳରେ ରାଜସ୍ୱ ସେବାରେ ଉଲ୍ଲେଖନୀୟ ପରିବର୍ତନ ଆସିଛି ରାଜସ୍ଵ ସମୀକ୍ଷା ବୈଠକ ପରେ ରାଜସ୍ଵ ରଥ ମାଧ୍ୟମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତରଫରୁ ପାଖାପାଖି ୧ ଲକ୍ଷ ପଟ୍ଟା ବଣ୍ଟନ କରାଯାଇଛି ଏବେ ପ୍ରାୟ କୌଣସି ବିବିଧ ଏବଂ ଜାତିଗତ ପ୍ରମାଣପତ୍ର ଓ ନିବାଦବିହୀନ ଦାଖଲ ଖାରଜ ମାମଲାରେ ଲୋକମାନଙ୍କୁ ତହସିଲ ଯିବାର ଆବଶ୍ୟକତା ନାହିଁ ତଥାପି ରାଜସ୍ଵ କୋର୍ଟରେ ଶୁଣାଣି ହେଉଥିବା ବିଭିନ୍ନ ରାଜସ୍ଵ ମାମଲାର ଫଇସଲା ପାଇଁ ଲୋକମାନଙ୍କୁ ତହସିଲ ଅଫିସ ଯିବାକୁ ପଡିଥାଏ ସେହି ସବୁ ରାଜସ୍ଵ ମାମଲାରେ ଲୋକମାନଙ୍କୁ ତହସିଲ ନ ଯିବା ପାଇଁ ତଥା ରାଜସ୍ଵ ସେବାକୁ ଅଧିକ ଲୋକାଭିମୁଖୀ କରିବାକୁ ଓ ରାଜସ୍ୱ ବିଭାଗକୁ ଅଧିକ କ୍ରିୟାଶୀଳ କରିବାକୁ ମୁଖମନ୍ତ୍ରୀଙ୍କ ନିର୍ଦେଶ କ୍ରମେ ସମସ୍ତ ରାଜସ୍ୱ କ୍ଷେତ୍ରାଧୁରୀ ଯଥା ତହସିଲଦାର ଓ ଅତିରିକ୍ତ ତହସିଲଦାରମାନଙ୍କୁ କ୍ୟାମ୍ପ କୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ପ୍ରତ୍ୟେକ ତହସିଲଦାର ଓ ଅତିରିକ୍ତ ତହସିଲଦାରମାନେ ପ୍ରତି ସପ୍ତାହରେ ୨ ରୁ ୩ ଦିନ ବିଭିନ୍ନ ସେମାନଙ୍କ ଅଧୁନସ୍ଥ ରାଜସ୍ୱ ନିରୀକ୍ଷକଙ୍କ ଅଫିସ , ପଂଚାୟତ ଓ ଗ୍ରାମରେ କ୍ୟାମ୍ପ କୋର୍ଟ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ନିର୍ଦେଶ ଦେଇଛନ୍ତି । ଏହା ଦ୍ଵାରା ପ୍ରତି ମାସରେ ପ୍ରତ୍ୟେକ ତହସିଲଦାର ଓ ଅତିରିକ୍ତ ତହସିଲଦାର ସେମାନଙ୍କ ଅଧିନସ୍ଥ ପ୍ରତ୍ୟେକ ଗ୍ରାମ ଗସ୍ତ କରି ବିଭିନ୍ନ ରାଜସ୍ଵ ମାମଲା ଫଇସଲା କରିପାରିବେ ।

ଏଥିପାଇଁ ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି ଓ ପ୍ରତ୍ୟେକ ଡିଭିଜନର ରାଜସ୍ଵ ଆୟୁକ୍ତମାନଙ୍କୁ ରାଜସ୍ଵ ବିଭାଗର ବରିଷ୍ଠ ଅଧିକାରୀଙ୍କ ସାପ୍ତାହିକ ସମୀକ୍ଷା ବୈଠକରେ ସଚେତନ କରାଯାଇଛି । ଏହା ପରେ ପ୍ରତ୍ୟେକ ଜିଲ୍ଲାର ନୋଡାଲ ଅଫିସରମାନଙ୍କୁ ତହସିଲ ଅଫିସର କ୍ୟାମ୍ପ କୋର୍ଟ ଉପରେ ସ୍ଵତନ୍ତ୍ର ଭାବରେ ସମୀକ୍ଷା ବୈଠକ କରିବାକୁ ନିର୍ଦେଶ ଦିଆଯାଇଛି ଏବଂ ପ୍ରତ୍ୟେକ ଜିଲ୍ଲାର ରାଜସ୍ଵ ସମୀକ୍ଷା ବୈଠକରେ ଏହି କାର୍ଯ୍ୟସୂଚୀ ଉପରେ ନିୟମିତ ସମୀକ୍ଷା ହେବ କ୍ୟାମ୍ପ କୋର୍ଟ କରିବାରେ ଅବହେଳା ହେଲେ ରାଜସ୍ଵ ଅଧିକାରୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦେଶ ଦେଇଛନ୍ତି ।

Get real time updates directly on you device, subscribe now.