fbpx

ରାଜ୍ୟର ଏହି ଅଞ୍ଚଳରେ ୨ ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା; ପାଣିପାଗ ବିଭାଗର ସୂଚନା

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ପାଗ ଶୁଖିଲା ରହୁଥିବାରୁ ଆସନ୍ତା ୩ ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ସେହିପରି ପଶ୍ଚିମ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୩୮ ରୁ ୪୦ ଡିଗ୍ରୀ ଏବଂ ଉପକୂଳ ଓ ଉତ୍ତର ଓଡ଼ିଶାର ତାପମାତ୍ରା ୩୬ ରୁ ୩୮ ଡିଗ୍ରୀ ମଧ୍ୟରେ ରହିବ ବୋଲି ପୂର୍ବାନୁମାନ କରାଯାଇଛି । ଚଳିତମାସ ଶେଷ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ।

ଗତକାଲି ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୮ ଦଶମିକ ୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା । ଅନ୍ୟପକ୍ଷରେ ନୟାଗଡ, ମାଲକାନଗିରି, ଭବାନୀପାଟଣା, ବଲାଙ୍ଗିରର ତାପମାତ୍ରା ୩୮ଡିଗ୍ରୀ ସେଲସିୟସ ଥିଲା । ଅନ୍ୟପଟେ ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ଏପ୍ରିଲ ଏବଂ ମେ ମାସରେ ଅଧିକ ଦିନ ଗ୍ରୀଷ୍ମ ପ୍ରବାହ ହେବ ବୋଲି ସତର୍କତା ଜାରି କରାଯାଇଛି।

Get real time updates directly on you device, subscribe now.