ବଢ଼ିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ: କେନ୍ଦ୍ର ସରକାରଙ୍କ ମଞ୍ଜୁରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ପୁଣି ବୃଦ୍ଧି ପାଇଛି । ୨୦୨୩ ଫେବ୍ରୁଆରୀ ୨୮ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ିଥିବା ନେଇ ସୂଚନା ମିଳିଛି । ଏନେଇ କେନ୍ଦ୍ର ସରକାର ଅନୁମୋଦନ ଦେଇଛନ୍ତି ।

ସୂଚନା ଅନୁସାରେ, ଚଳିତମାସରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ସରୁଥିଲା । କିନ୍ତୁ ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବକୁ କେନ୍ଦ୍ରର ଅନୁମୋଦନ ମିଳିବା ପରେ ତାଙ୍କର କାର୍ଯ୍ୟକାଳ ଆଉ ୬ ମାସ ବୃଦ୍ଧି ପାଇଛି । ପୂର୍ବରୁ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ୬ ମାସ ପର୍ଯ୍ୟନ୍ତ ବଢ଼ିଥିଲା । ସୁରେଶ ମହାପାତ୍ର ହେଉଛନ୍ତି ୧୯୮୬ ବ୍ୟାଚର ଆଇଏଏସ ଅଫିସର ।