fbpx

କଂଗ୍ରେସକୁ ବଡ଼ ଝଟକା, ଦଳରୁ ଇସ୍ତଫା ଦେଲେ ହାର୍ଦ୍ଦିକ ପଟେଲ

ଗୁଜରାଟ ବିଧାନସଭା ନିର୍ବାଚନ ପୁର୍ବରୁ କଂଗ୍ରେସକୁ ଲାଗିଛି ବଡ଼ ଝଟକା । ଗୁଜରାଟ କଂଗ୍ରେସର କାର୍ଯ୍ୟକାରୀ ଅଧ୍ୟକ୍ଷ ହାର୍ଦ୍ଦିକ ପଟେଲ ପାର୍ଟିରୁ ଇସ୍ତଫା ଦେଇଛନ୍ତି । ସେ ଏନେଇ ଟୁଇଟରରେ ସୂଚନା ଦେଇଛନ୍ତି ।

ସେ ଲେଖିଛନ୍ତି ଯେ, ” ଆଜି ମୁଁ ସାହାସର ସହିତ କଂଗ୍ରେସ ପାର୍ଟି ଏବଂ ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଉଛି। ମୁଁ ନିଶ୍ଚିତ ଯେ ମୋର ନିଷ୍ପତ୍ତିକୁ ମୋର ସମସ୍ତ ସହକର୍ମୀ ଏବଂ ଗୁଜୁରାଟର ଲୋକମାନେ ସ୍ୱାଗତ କରିବେ। ମୋର ବିଶ୍ୱାସ ଯେ ମୋର ଏହି ପଦକ୍ଷେପ ପରେ ଭବିଷ୍ୟତରେ ଗୁଜୁରାଟରେ ପାଇଁ ପ୍ରକୃତରେ ସକରାତ୍ମକ କାର୍ଯ୍ୟ କରିବାକୁ ସମର୍ଥ ହେବି। ”

Get real time updates directly on you device, subscribe now.