fbpx

୧୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର: ନିର୍ବାଚନ ତାରିଖ ପୂର୍ବରୁ ବସିଥିଲା ବୈଠକ

ଭୁବନେଶ୍ୱର: ଆଜି ଅପରାହ୍ନରେ ଘୋଷଣା ହୋଇପାରେ ଓଡ଼ିଶା ବିଧାନସଭା ନିର୍ବାଚନ ତାରିଖ । କିନ୍ତୁ ଏହାପୂର୍ବରୁ ରାଜ୍ୟ କ୍ୟାବିନେଟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ମୋଟ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛି ରାଜ୍ୟ କ୍ୟାବିନେଟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ୧୪ଟି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ମିଳିଛି ।

ରାଜଧାନୀର ଚନ୍ଦ୍ରଶେଖରପୁରରେ ଯାଦବ ଭବନ ନିର୍ମାଣ ହେବା ନେଇ କ୍ୟାବିନେଟରେ ସବୁଜ ସଂକେତ ମିଳିପାରିଛି । ଉତ୍କଳ ଯାଦବ ମହାସଭାର ୫କୋଟି ୬୦ ଲକ୍ଷ ପ୍ରିମିୟମ ଛାଡ଼ ପାଇଁ କ୍ୟାବିନେଟ ଅନୁମୋଦନ ମିିଳିଛି।ସେହିପରି କଟକ ଚାଉଳିଆଗଞ୍ଜରେ ଏକ ଡିଏଭି ମେଡିକାଲ ପବ୍ଲିକ ସ୍କୁଲ ତିଆରି କରିବେ ରାଜ୍ୟ ସରକାର । ୨୯ କୋଟି ୩୭ ଲକ୍ଷ ପ୍ରିମିୟମ ଛାଡ ପାଇଁ କ୍ୟାବିନେଟରେ ନଷ୍ପତ୍ତି ହୋଇଛି। ଏହାବ୍ୟତୀତ କଟକ ମହାନଦୀ ଉପରେ ଏକ ଉଚ୍ଚ ସେତୁ ନିର୍ମାଣ କରିବା ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ବୈଠକରେ ଅନୁମୋଦନ ମିଳିପାରିଛି । ଅନ୍ୟପକ୍ଷରେ ସାଲେପୁର ବ୍ରାହ୍ମଣଖଣ୍ଡ-ସାହୁଖେତ ରାସ୍ତାରେ ବ୍ରିଜ ନିର୍ମାଣକୁ ମଞ୍ଜୁରୀ ଦେଇଛି ରାଜ୍ୟ କ୍ୟାବିନେଟ ବୈଠକ । ଏଥିପାଇଁ ୧୨୮ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବା ବେଳେ ୩ ବର୍ଷରେ ସେତୁ ନିର୍ମାଣ କାମ ସରିବ।

ଜଳସେଚିତ ଅଞ୍ଚଳରେ ପୁରୁଣା କରନାଳୀର ପୁନଃନିର୍ମାଣ କାମ ବଢିବା ପାଇଁ ମଧ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି ।  ପୁନଃନିର୍ମାଣ କାର୍ଯ୍ୟର ଅବଧିକୁ ବୃଦ୍ଧି କରିବା ନିଷ୍ପତ୍ତି ନିଆଯାଇଛି । ତାଳଚେର ଫର୍ଟିଲାଇଜର ଲିମିଟେଡକୁ ୮୫୬ ଏକର ଜାଗା ପଞ୍ଜିକରଣ ହେବ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଷ୍ଟାମ୍ପ ଭେଣ୍ଡରଙ୍କ କମିସନ ବୃଦ୍ଧିକୁ କ୍ୟାବିନେଟ ଅନୁମୋଦନ ମିଳିଛି ।

Get real time updates directly on you device, subscribe now.