fbpx
BJD SKY
BJD SKY

ନିରବିଗଲେ ନବ ଦାସ: ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

BJD

ଭୁବନେଶ୍ୱର: ରବିବାର ପୂର୍ବାହ୍ନରେ ବ୍ରଜରାଜନଗରରେ ଗୁଳିମାଡ଼ର ଶିକାର ହୋଇ ଗୁରୁତର ଅବସ୍ଥାରେ ଭୁବନେଶ୍ୱରର ଆପୋଲୋ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ପରଲୋକ ଘଟିଛି । ଏହାରି ମଧ୍ୟରେ ଆଜି ନବ ଦାସଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ବାସଭବନରେ ପହଞ୍ଚି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ମନ୍ତ୍ରୀ ନବ ଦାସଙ୍କ ପାର୍ଥିକ ଶରୀରକୁ ପୁଷ୍ପଗୁଚ୍ଛା ଦେଇ ମୁଖ୍ୟମନ୍ତ୍ରୀ ଶେଷଦର୍ଶନ କରିଛନ୍ତି । ତେବେ ଶେଷ ଦର୍ଶନ କରି ଭାବବିହ୍ୱଳ ହେବା ସହ ତାଙ୍କ ପରିବାର ଲୋକଙ୍କୁ ସାନ୍ତ୍ୱନା ଦେଇଛନ୍ତି ନବୀନ ।

ଅନ୍ୟପଟେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଶେଷ ଦର୍ଶନ କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ । ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ପହଞ୍ଚି ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି ରାଜ୍ୟପାଳ ।

ତେବେ ବ୍ରଜରାଜନଗର ଗାନ୍ଧି ଛକରେ ଗୋପାଳ ଦାସ ନାମ ଜଣେ ପୋଲିସ ଏଏସଆଇ ଅଚାନକ ତାଙ୍କ ଉପରକୁ ଗୁଳିମାଡ଼ କରିଥିଲେ । ଗୁଳିଟି ତାଙ୍କ ଛାତି ତଳେ ବାଜି ଥିବା ବେଳେ ସେ ଗୁରୁତର ହୋଇ ପଡ଼ିଥିଲେ । ପ୍ରଥମେ ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏୟାରଲିଫ୍ଟ କରାଯାଇ ଭୁବନେଶ୍ୱର ଆପୋଲୋ ହସ୍ପିଟାଲକୁ ଅଣାଯାଇଥିଲା । ସେଠାରେ ଆପୋଲୋ ବିଶେଷଜ୍ଞଙ୍କ ସହ କଟକ ବଡ଼ ଡାକ୍ତରଖାନା ଓ କ୍ୟାପିଟାଲ ହସ୍ପିଟାଲର ବିଶେଷଜ୍ଞମାନେ ତାଙ୍କ ଚିକିତ୍ସାରେ ନିୟୋଜିତ ରହିଥିଲେ । ଏପରିକି ତାଙ୍କ ଶରୀରରେ ଅସ୍ତ୍ରୋପଚାର କରାଯାଇଥିଲା । ତେବେ ଡାକ୍ତରଙ୍କ ଶତଚେଷ୍ଟା ସତ୍ତେ୍ୱ ସେ ମୃତ୍ୟୁବରଣ କରିଥିଲେ ।

Get real time updates directly on you device, subscribe now.