fbpx

କେନ୍ଦୁଝର ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ୩ ଲକ୍ଷ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Advertisement

କେନ୍ଦୁଝର ଟ୍ରକ ଦୁର୍ଘଟଣା ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ସେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାଛଡ଼ା ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୂଚନା ଅନୁଯାୟୀ, ଯୁଡିଆଘାଟି ଷଠାଘର ନିକଟରେ ଏକ ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିଲା । ବରଯାତ୍ରୀ ଦଳ କନ୍ୟା ଘର ସାମ୍ନାରେ ନାଚୁଥିବା ବେଳେ ହଠାତ୍ ଏକ ଟ୍ରକ ସେମାନଙ୍କ ଉପରେ ଚଢାଇ ଦେଇଛି । ଯାହା ଫଳରେ ୯ ଆହତ ହୋଇଛନ୍ତି ଏବଂ ୫ ଜଣଙ୍କର ମୃତ୍ୟୁ ଘଟିଛି ।

ଘଟଣାସ୍ଥଳରେ ଉପସ୍ଥିତ ଲୋକେ ଆମ୍ବୁଲାନ୍ସ ଡକାଇ ଆହତମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି । ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏପରି ମର୍ମନ୍ତୁଦ ଘଟଣା ଲାଗି ବର ଫେରିଯାଇଛି । ବାହାଘର ନ ହୋଇଥିବା ସୂଚନା ମିଳିଛି । ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ। ପୋଲିସ ପହଁଚି ଘଟଣାର ତଦନ୍ତ ଚଳାଇଛି ।

Get real time updates directly on you device, subscribe now.