fbpx

ସହିଦଙ୍କ ପରିବାରକୁ ୧୦ ଲକ୍ଷ, ଅନୁକମ୍ପା ମୂଳକ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଯୁଦ୍ଧ କିମ୍ବା ଉଗ୍ରବାଦର ମୁକାବିଲା କରିବା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ଓଡ଼ିଆ ଯବାନମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ପାଞ୍ଚ ଲକ୍ଷ ଟଙ୍କାରୁ ଦଶ ଲକ୍ଷ ଟଙ୍କାକୁ ବୃଦ୍ଧିି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସହିଦ ମାନଙ୍କ ସମ୍ପର୍କୀୟଙ୍କ ପାଇଁ ସରକାରୀ ଆର୍ଥିକ ସହାୟତା ପରିମାଣକୁ ୫ ଲକ୍ଷରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ପ୍ରକାଶିତ ଏକ ବାର୍ତ୍ତାରେ ଏହି ସୂଚନା ଦିଆଯାଇଛି ।

ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀରେ ରହି ଦେଶ ପାଇଁ ପ୍ରଣାବଳୀ ଦେଉଥିବା ଯବାନଙ୍କ ପରିବାରର କଲ୍ୟାଣ ପାଇଁ ରାଜ୍ୟ ସରକାର କାର୍ଗିଲ ଯୁଦ୍ଧ ସମୟରୁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି। ପ୍ରଥମେ ଏହି ସହାୟତା ରାଶି ଏକ ଲକ୍ଷ ଟଙ୍କା ଥିବା ବେଳେ ୨୦୧୦ ଓ ୨୦୧୨ ରେ ଏହାକୁ ଯଥା କ୍ରମେ ୨ଲକ୍ଷ ଓ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିଲା।

Get real time updates directly on you device, subscribe now.