fbpx
BJD
BJD SKY
BJD SKY

ଜଗତସିଂହପୁର ଜିଲ୍ଲାରେ ୨୧୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଜଗତସିଂହପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାରେ ପ୍ରାୟ ୨୧୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଜଗତସିଂହପୁର, ରଘୁନାଥପୁର, ତିର୍ତ୍ତୋଲ ଓ ବାଲିକୁଦାରେ ୪ଟି ମିଶନ ଶକ୍ତି ଭବନ ଉଦ୍‌ଘାଟନ କରିବା ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୧୦ ଶଯ୍ୟା ବିଶିଷ୍ଟ ଆଇସିୟୁ ମଧ୍ୟ ଉଦ୍‌ଘାଟନ କରିଛନ୍ତି।

ଏହା ସହିତ ୪୩ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ମଧ୍ୟ ରଖିଛନ୍ତି। ଏହାଦ୍ବାରା ଜିଲ୍ଲାର ୧୨ ଲକ୍ଷ ଲୋକ ଉପକାର ପାଇବେ। ଭର୍ଚୁଆଲ ମାଧ୍ୟମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାଧାରଣ ଲୋକଙ୍କ ଆସ୍ଥା ଓ ବିଶ୍ବାସକୁ ବଜାୟ ରଖିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଏଥି ପାଇଁ ଆମେ କାମ କରୁଛୁ ଓ ଏହା ଆଗକୁ ମଧ୍ୟ ଜାରି ରହିବ।

ଜଗତସିଂହପୁର ମା’ ଶାରଳା ଓ ଙ୍କ ପୀଠ ମାତୃ ପୀଠଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାରାଦୀପ ଠାରେ ବିଜୁ ବାବୁ ଓଡିଶାର ଶିଳ୍ପ ବିକାଶ ପାଇଁ ଭିତ୍ତି ରଖିଥିଲେ। ପାରାଦୀପ ଆଜି ଦେଶର ଏକ ସମୃଦ୍ଧ ବନ୍ଦର ଭାବରେ ଅନେକ ସୁଯୋଗ ସୃଷ୍ଟି କରିଛି ଏବଂ ଆମ ଅର୍ଥନୀତିର ଜୀବନରେଖା ହୋଇଛି।

ସେହିପରି ସ୍ବାସ୍ଥ୍ୟସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ନୀତି ହେଉଛି ପ୍ରତି ଜୀବନ ମୂଲ୍ୟବାନ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଦେଶ ପାଇଁ ଏକ ମଡେଲ ହୋଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଏହି ଯୋଜନାରେ ୮ଲକ୍ଷ ଲୋକ ଚିକିତ୍ସା ସୁବିଧା ପାଇସାରିଲେଣି ଏବଂ ରାଜ୍ୟ ସରକାର ୧୬ଶହ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି।

 

Get real time updates directly on you device, subscribe now.