fbpx
BJD SKY
BJD SKY

‘ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି’: ଦାମ ରାଉତଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

BJD

ଭୁବନେଶ୍ୱର: ଆଜି ସକାଳ ୫.୨୩ରେ ଏକ ଘରୋଇ ହସ୍ପିଟାଲରେ ବିଜୁ ଜନତା ଦଳର ନେତା ଦାମ ରାଉତଙ୍କ ପରଲୋକ ଘଟିଛି । ରାଜନୀତିରେ ଏକ ଯୁଗର ଅବସାନ ଘଟିବା କଥା କୁହାଯାଉଥିବା ବେଳେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦାମ ରାଉତଙ୍କର ୮୩ ବର୍ଷ ବୟସରେ ଦେହାନ୍ତ ଘଟିଛି । ଦାମୋଦର ରାଉତ ଦେହାନ୍ତକୁ ନେଇ ସୂଚନା ଦେଇଛନ୍ତି ତାଙ୍କ ପୁଅ ।

ଦାମୋଦର ରାଉତଙ୍କ ପରଲୋକକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ୍ସ ମାଧ୍ୟମରେ ଶୋକ ପ୍ରକାଶ କରିଛନ୍ତି । ସେ ଦାମ ରାଉତଙ୍କ ଦେହାନ୍ତ ଖବର ଶୁଣି ଦୁଃଖିତ ଅଛନ୍ତି । ଏଥିସହ ସେ ଲେଖିଛନ୍ତି ଯେ, ‘ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି । ଲୋକଙ୍କ ସେବା ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ । ଦାମୋଦରଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।’

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଦାମୋଦର ରାଉତଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ଏଥିସହ ବିରୋଦୀ ଦଳର ନେତା ଜୟନାରାୟଣ ମିଶ୍ର ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି । ଅନ୍ୟ ପକ୍ଷରେ ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ପୂର୍ବତନ ସାଂସଦ ରବିନାରାୟଣ ମହାପାତ ଏବଂ ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।

Get real time updates directly on you device, subscribe now.