fbpx

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ବିଜେପିର ଶୀର୍ଷ ନେତାଙ୍କୁ ଭେଟିବେ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତକୁ ଯାଉଛନ୍ତି । ତାଙ୍କ ସହ ଦୁଇ ଜଣ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂହ ଦେଓ ମଧ୍ୟ ଦିଲ୍ଲୀ ଗସ୍ତରେ ସାମିଲ ହେବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କ ସହ ବିଜେପିର କିଛି ଶୀର୍ଷ ନେତାଙ୍କ ସହ ଭେଟିବାର କାର୍ଯ୍ୟକ୍ରମ ରହିଛି । ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ।

ଏଥର ରାଜ୍ୟରେ ଡବଲ ଇଞ୍ଜିନ ସରକାରଙ୍କୁ ଭରସା କରିଛନ୍ତି ରାଜ୍ୟବାସୀ । ଏଭଳି ସ୍ଥିତିରେ ବିଜେପି ସରକାରଙ୍କ ଦ୍ୱାରା ଦିଆଯାଇଥିବା ପ୍ରତିଶ୍ରୁତି ପାଳନ ଦିଗରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ କିପରି ରହିବ ସେ ନେଇ ଆଲୋଚନା ହେବ ।

Get real time updates directly on you device, subscribe now.