fbpx

ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍‍କୁ ଆସନ୍ତାକାଲି ଉଦ୍‍ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆସନ୍ତାକାଲି ରାଉରକେଲା ଗସ୍ତରେ ଯାଇ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏଥିସହିତ ସେ ରାଉରକେଲା ସହରରେ ‘ମୋ ବସ’ ସେବାର ମଧ୍ୟ ଶୁଭାରମ୍ଭ କରିବେ । ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ରାଉରକେଲା ବିମାନବନ୍ଦରେ ପହଂଚିବା ପରେ ସେଠାରୁ ହକି ଷ୍ଟାଡିୟମ୍ ଯିବେ । ଷ୍ଟାଡିୟମରେ ରହୁଥିବା ଖେଳାଳିଙ୍କ ସହ ଆଲୋଚନା କରିବା ସହିତ ରାଉରକେଲା ସହର ତଥା ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବାର କାର୍ଯ୍ୟସୂଚୀ ସ୍ଥିର କରାଯାଇଛି ।

ତେବେ କାଲି ଦିନ ୧୨ଟା ୧୫ରେ ରାଉରକେଲାରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିମାନବନ୍ଦରରୁ ହକି ଷ୍ଟାଡିୟମ୍ ଯିବେ ମୁଖ୍ୟମନ୍ତ୍ରୀ । ଷ୍ଟାଡିୟମରେ ରହୁଥିବା ଖେଳାଳିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ପରେ ଅପରାହ୍ନର ୪ଟା ସମୟରେ ଡି ଏ ଭି ପୋଖରୀ ନିକଟରେ ରାଉରକେଲା ସହର ତଥା ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ। ପରେ ଅପରାହ୍ନ ୪ ଟା ୨୫ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀ ଷ୍ଟାଡିୟମରେ ୧୫ ମିନିଟ ରହିବେ । ଉଦଘାଟନ ଉତ୍ସବରେ ସୁନ୍ଦରଗଡ଼ ଜିଲ୍ଲାର ହଜାର ହଜାର ଖେଳାଳୀ, ବରିଷ୍ଠ ଖେଳାଳି ଉପସ୍ଥିତ ରହିବେ । ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ରାଜା କ୍ରୀଡା ସଚିବ ଆର ଭିନିଲ କ୍ରୀଷ୍ଣା ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ପହଞ୍ଚିଛନ୍ତି ।

Get real time updates directly on you device, subscribe now.