ଜୁଲାଇ 21ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଜୁଲାଇ 21ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଭୁବନେଶ୍ବର: ଆସନ୍ତା ସୋମବାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଜୁଲାଇ 21ରେ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଗତ ସପ୍ତାହରେ ଅର୍ଥାତ୍ ଜୁଲାଇ ୧୪ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ତେବେ ଅନିବାର୍ଯ୍ୟ କାରଣ ଯୋଗୁଁ ବନ୍ଦ ରହିବ ଅଭିଯୋଗ ଶୁଣାଣି ।