ଏହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ରହିବ ବନ୍ଦ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସୂଚନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶାସନର ଦାୟିତ୍ୱ ଭାର ନେବା ପରଠୁ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି।

ଏଥିରେ ସାଧାରଣ ଜନତା ନିଜର ଅସୁବିଧା ଏବଂ ସମସ୍ୟାକୁ ନିଜେ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏହାପରେ ଘଟଣାର ତଦନ୍ତ କରାଯାଇ ସମସ୍ୟାର ସମାଧାନ କରାଯାଉଛି।

ତେବେ ଆସନ୍ତା ୧୦ ଫେବୃଆରୀରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ସୂଚନା ଜାରି କରିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କର ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଏହା ବନ୍ଦ ରହିବ।