fbpx

କମିଶନରେଟ୍ ପୋଲିସ୍ ପକ୍ଷରୁ ସୋଆର କ୍ୟାମ୍ପସ୍- ୨ ନିକଟରେ କଳିଙ୍ଗନଗର ପୋଲିସ ଫାଣ୍ଡି ଉଦ୍‌ଘାଟିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର କ୍ୟାମ୍ପସ୍- ୨ ନିକଟରେ ମଙ୍ଗଳବାର କମିଶନରେଟ୍ ପୋଲିସ୍ ପକ୍ଷରୁ କଳିଙ୍ଗ ନଗର ପୋଲିସ ଫାଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଦ୍ୱୈତ ନଗରୀରର ପୋଲିସ କମିଶନର ଶ୍ରୀ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ଏହି ଫାଣ୍ଡିର ଉଦ୍‌ଘାଟନ କରିଥିବା ବେଳେ ଏହି ଅବସରରେ ଆଡିସ୍‌ନାଲ୍ କମିଶନର ଅଫ୍ ପୋଲିସ ଶ୍ରୀ ବ୍ରିଜେସ୍ କୁମାର ରାୟ, ଡିସିପି ଶ୍ରୀ ପ୍ରତୀକ ସିଂ ଓ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଉପସ୍ଥିତ ଥିଲେ।

ଏହି ଅଂଚଳରେ ଉଭୟ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ ମେଡିକେୟାର ରହିଛି ଓ ପ୍ରତ୍ୟେକ ଦିନ ଅନେକ ସଂଖ୍ୟକ ରୋଗୀ ଏହି ଦୁଇ ହସ୍ପିଟାଲ୍‌କୁ ଚିକିତ୍ସା ପାଇଁ ଆସୁଛନ୍ତି । ସେମାନଙ୍କୁ ସୁରକ୍ଷା ଯୋଗାଇ ଦେବା ନିମନ୍ତେ ଏହି ପୋଲିସ୍ ଫାଣ୍ଡି ସ୍ଥାପନ କରାଯାଇଛି ବୋଲି ଏହି ଅବସରରେ କମିଶନର ଶ୍ରୀ ପ୍ରିୟଦର୍ଶୀ କହିଥିଲେ । ଭରତପୁର ଥାନା ଅଧିନରେ ଏହି ଫାଣ୍ଡିଟି କାର୍ଯ୍ୟ କରିବ ବୋଲି କହିବା ସହ ଏଠାରେ ଦୁଇଜଣ ଅଫିସର ଓ ୬ ରୁ ୮ ଜଣ କନେଷ୍ଟବଳ ରହିବେ ଏବଂ ଗୋଟିଏ ପୋଲିସ୍ ଭ୍ୟାନ୍ ଯୋଗାଇ ଦିଆଯିବ ବୋଲି ଶ୍ରୀ ପ୍ରିୟଦର୍ଶୀ କହିଛନ୍ତି ।

Get real time updates directly on you device, subscribe now.