fbpx
BJD SKY
BJD SKY

ରାଜ୍ୟରେ ୨୦ ହଜାର କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତି ପାଇଁ ଆସନ୍ତାକାଲିଠାରୁ ଆରମ୍ଭ ହେବ କମ୍ପ୍ୟୁଟର ଆଧାରିତ ପରୀକ୍ଷା

BJD

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଅଶ୍ୱସ୍ତି ଏସ୍‍ଙ୍କ ଅଧ୍ୟକ୍ଷତାରେ ଆଜି ଏକ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ରାଜ୍ୟରେ ୨୦ ହଜାର କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛତା ଭିତ୍ତିରେ କରାଯିବା ନେଇ ନିଷ୍ପତ୍ତି ହୋଇଛି । ଏହି ନିଯୁକ୍ତି ପ୍ରକ୍ରିୟା ଲାଗି ଆସନ୍ତାକାଲି ଠାରୁ ୧୭ ତାରିଖ ପର୍ଯ୍ୟନ୍ତ କମ୍ପ୍ୟୁଟର ଆଧାରିତ ପରୀକ୍ଷା– ସି.ବି.ଟି. ଅନୁଷ୍ଠିତ ହେବ । ରାଜ୍ୟର ୫୮ଟି କେନ୍ଦ୍ରରେ ଏହି ପରୀକ୍ଷା ହେବ ।

ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସମସ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ ମାନଙ୍କୁ ଶାନ୍ତିଶୃଙ୍ଖଳାର ସହ ପରୀକ୍ଷା ପରିଚାଳନା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସେହିଭଳି ପରୀକ୍ଷାର ସୁପରିଚାଳନା ପାଇଁ ନୋଡାଲ ଅଫିସରମାନଙ୍କୁ ନିଯୁକ୍ତ କରାଯାଇଛି । ସେହିଭଳି ପରୀକ୍ଷା ସମୟରେ ପରୀକ୍ଷାର୍ଥୀଙ୍କ ସମସ୍ୟାର ସମାଧାନ ପାଇଁ ଓସେପାରେ ଏକ ସୁବିଧା କେନ୍ଦ୍ର ଖୋଲାଯାଇଛି । ଏହା ବ୍ୟତୀତ ବ୍ରହ୍ମପୁର, ସମ୍ବଲପୁର, ବାଲେଶ୍ୱର ଓ କୋରାପୁଟ ଜିଲ୍ଲାରେ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ସହାୟକ କେନ୍ଦ୍ର ଖୋଲା ଯାଇଥିବା ବୈଠକରୁ ସୂଚନା ମିଳିଛି ।

Get real time updates directly on you device, subscribe now.