fbpx

୧.୨୩ ଲକ୍ଷ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୨୩ ହଜାର ୦୯୬ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୮ ହଜାର ୩୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୯୦ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮୨ ଲକ୍ଷ ୬୭ ହଜାର ୬୨୩ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୫ ଲକ୍ଷ ୪୧ ହଜାର ୪୦୫ ଜଣ ଚିକିତ୍ସିତ ହେଉଥିବା ବେଳେ ୭୬ ଲକ୍ଷ ୦୩ ହଜାର ୧୨୧ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.