fbpx

ଆଜି ବି ବର୍ଷାରେ ଭିଜିବ ସାରା ଓଡ଼ିଶା? ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

ଭୁବନେଶ୍ୱର: ଦେଶର ଅଧିକାଂଶ ଅଞ୍ଚଳରେ ବର୍ତ୍ତମାନ ରବି ଫସଲ କଟା ଚାଲିଛି । କିନ୍ତୁ ଅନ୍ୟ ପକ୍ଷରେ ଅଦିନିଆ ବର୍ଷା କୃଷକଙ୍କ ସହ ସାଧାରଣ ଲୋକଙ୍କ ପାଇଁ ମଧ୍ୟ ସମସ୍ୟା ବଢାଇ ଦେଇଛି । ଓଡ଼ିଶା ଏବଂ ବିହାର ସମେତ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡର ବିଭିନ୍ନ ସ୍ଥାନରେ ପବନର ଗତି ବଢିବା ସହିତ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ତେବେ ବର୍ତ୍ତମାନ ଏହି ପାଗରେ ସାମାନ୍ୟ ପରିବର୍ତ୍ତନ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉତ୍ତରପ୍ରଦେଶର ପୂର୍ବାଞ୍ଚଳ ପ୍ରବଳ ବର୍ଷାରେ ପ୍ରଭାବିତ ହୋଇଥିବା ବେଳେ ଦିଲ୍ଲୀ ଏନସିଆରରେ ଆଗକୁ ପାଣିପାଗ ବଦଳିପାରେ ।

ଆଜି କଟକ-ଭୁବନେଶ୍ୱରରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଆଜିଠୁ ପାଗରେ ପରିବର୍ତ୍ତନ ହେବା ନେଇ ଆଶା କରାଯାଉଛି । ପ୍ରବଳ କୁହୁଡ଼ି ଯୋଗୁଁ ଟ୍ୱିନ ସିଟିରେ ଯାତାୟତ ମଧ୍ୟ ବାଧାପ୍ରାପ୍ତ ହୋଇଛି । ରାସ୍ତାର ଆଗକୁ ୨୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ହେଉନଥିବାରୁ ଗାଡ଼ି ଚାଳକ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ତେବେ ଗତକାଲି କାଳବୈଶାଖୀ ପ୍ରଭାବରେ ରାଜଧାନୀ ସମେତ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। କାଳବୈଶାଖୀ ତାଣ୍ଡବରେ ଝଡ଼ ତୋଫାନ ସହ କୁଆ ପଥର ମାଡ଼ ହୋଇଛି। ବିଜୁଳି ଘଡ଼ଘଡି ସହ ବର୍ଷା ଲାଗି ରହିବା ଫଳରେ ଜନଜୀବନ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି।

ତେବେ ଆଜିଠୁ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ବର୍ତ୍ତମାନ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜିଠୁ ରାଜ୍ୟରେ ପାଗ ଫିଟିବ।  ବିଶେଷକରି ୨୧ ରୁ ୨୪ ତାରିଖ ମଧ୍ୟରେ ଭୀଷଣ ଖରା ହେବ । ଏହି ସମୟରେ ୮ ରୁ ୧୦ ଡିଗ୍ରୀ ତାପମାତ୍ରା ବଢିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Get real time updates directly on you device, subscribe now.