fbpx
BJD SKY
BJD SKY

ନିର୍ବାଚନ ଆଚରଣବିଧି ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ

BJD

ଭୁବନେଶ୍ବର ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଦର୍ଶ ଆଚରଣବିଧି ଘୋଷଣା ହୋଇଥିବାରୁ ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ରେ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି ।

ତେବେ ଦେଶରେ ସାଧାରଣ ନିର୍ବାଚନ ସହିତ ଓଡିଶାରେ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ । ନିର୍ବାଚନ ଆୟୋଗ ଶନିବାର ଏହି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ତେବେ ନିର୍ବାଚନ ତାରିଖ ଘୋଷଣା ହେବା ସହିତ ନିର୍ବାଚନ ଆଚରଣବିଧି ଲାଗୁ ହେଇଛି ।

Get real time updates directly on you device, subscribe now.