fbpx

ଜମିଜମା ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି

ଓଡିଶା ଭାସ୍କର; ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଆଜି ସିକିମ ରୟତ ମାନଙ୍କ ଜମି ସମସ୍ୟା ଓ ସମ୍ବଲପୁର ଜିଲ୍ଲାର ରେଙ୍ଗାଲୀ ତହସିଲ ଅଧୀନ ହୀରାକୁଦ ବାସଚ୍ୟୁତ ମାନଙ୍କ ଜମି ସମସ୍ୟାର ସମାଧାନ ପାଇଁ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ସେହି ସମୟରେ ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ଦୀର୍ଘ ବର୍ଷର ସମସ୍ୟା, ଅନ୍ୟ ସ୍ଥାନର ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା – ଏହିପରି ଅନେକ ସମସ୍ୟା ସଂପର୍କରେ ଲୋକମାନେ ୫-ଟି ସଚିବଙ୍କୁ ଜଣାଇଥିଲେ ।

ତେବେ ୫-ଟି ସଚିବ ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଐତିହାସିକ ନିଷ୍ପତି ନେଇଛନ୍ତି । ସିକିମ ରୟତ ମାନଙ୍କ ଜମି ସମସ୍ୟା ଓ ସମ୍ବଲପୁର ଜିଲ୍ଲାର ରେଙ୍ଗାଲୀ ତହସିଲର ହୀରାକୁଦ ବାସଚ୍ୟୁତ ମାନଙ୍କ ଜମି ସମସ୍ୟାର ସମାଧାନ ପାଇଁ ନିଷ୍ପତ୍ତି ନିଆଯାଇଛି। ହୀରାକୁଦ ପ୍ରକଳ୍ପ ଯୋଗୁ ବାସଚ୍ୟୁତ ହୋଇଥିବା ସମ୍ବଲପୁର ଜିଲ୍ଲାର ରେଙ୍ଗାଲୀ ତହସିଲ ଅନ୍ତର୍ଗତ କୁର୍ଲା, ଥୁଣ୍ଟିକତରବଗା, ଯୋଗୀପାଲ୍ଲୀ, ସପନେ ଗ୍ରାମରେ ହାଇଟେକ୍‌ ସର୍ଭେ ମାଧ୍ୟମରେ ପୁରୁଣା ଜମିଜମା ସମସ୍ୟାର ସମାଧାନ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି । ସର୍ଭେ କାର୍ୟ୍ୟକୁ ଯେତେଶୀଘ୍ର ସମ୍ଭବ ସଂପୂର୍ଣ୍ଣ କରି ଜମି ସମସ୍ୟାର ସମାଧାନ କରିବାକୁ ପରାମର୍ଶ ଦିଆଯାଇଛି । ଏହା ପୂର୍ବରୁ ଗଞ୍ଜାମ ସୋରଡା ବ୍ଲକ୍‌, ଝାରସୁଗୁଡାର ହୀରାକୁଦ ବନ୍ଧ ବିସ୍ଥାପିତ, ପୁରୀ ପୌରପାଳିକାରେ ଜମିଜମା ସମସ୍ୟାର ସମାଧାନ ପାଇଁ ନୀତିଗତ ନିଷ୍ପତ୍ତି ହୋଇଥିଲା ।

Get real time updates directly on you device, subscribe now.