ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଆଜି ଏଥିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଏହା ପରେ ମଧ୍ୟ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି ତାଳଚେର । ସେଠାରେ ତାପମାତ୍ରା ୪୫ ଡିଗ୍ରୀ ରେକର୍ଡ କରାଯାଇଛି । ଅନ୍ୟପଟେ ବୌଦ୍ଧ ଓ ଟିଟିଲାଗଡ଼ ତାପମାତ୍ରା ୪୪.୫ ଡିଗ୍ରୀ ଥିବା କୁହାଯାଇଛି । ଏହା ସହ ନୂଆପଡ଼ାରେ ୪୪.୪, ଅନୁଗୁଳ ଓ ଝାରସୁଗୁଡ଼ାରେ ୪୪.୩ ଡିଗ୍ରୀ ରେକର୍ଡ କରାଯାଇଛି । ଏହା ସହ ୪୦ ଡିଗ୍ରୀ ଉପରେ ରହିଛି ୨୮ ସହରର ତାପମାତ୍ରା । ସେହିପରି ୪୩ ଡିଗ୍ରୀ ଉପରେ ରହିଛି ୧୫ ସହରର ତାପମାତ୍ରା ।
ଅତ୍ୟଧିକ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୋନପୁର, ନୂଆପଡା, କଳାହାଣ୍ଡି ଏବଂ ବୌଦ୍ଧ ଜିଲ୍ଲାକୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ଅନ୍ୟ ୧୧ଟି ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ନେଇ ସତର୍କ କରାଯାଇଛି । ତେବେ ୨ ଦିନ ପରେ ଦିନ ତାପମାତ୍ରା ୨ ରୁ ୩ ଡିଗ୍ରୀ ହ୍ରାସ ପାଇବା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।