fbpx

ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର: ବୃଦ୍ଧି ହେଲା କାଳିଆ ଛାତ୍ରବୃତ୍ତି ଅନଲାଇନ ଆବେଦନ ସମୟସୀମା

ଓଡ଼ିଶା ଭାସ୍କର: ଅନଲାଇନ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ ସମୟସୀମା ୨୦୨୪ ଫେବ୍ରୁଆରୀ ୮ ତାରିଖ ପର୍ୟ୍ୟନ୍ତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଦିଆଯାଇଥିବା ସମୟସୀମା ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ତେବେ କାଳିଆ ହିତାଧିକାରୀଙ୍କ ପିଲାମାନେ ରାଜ୍ୟର ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଓ ପ୍ରିମିୟର ଶିକ୍ଷାନୁଷ୍ଠାନରେ ବୈଷୟିକ ଶିକ୍ଷାନୁଷ୍ଠାନ ନିମନ୍ତେ କାଳିଆ ଛାତ୍ରବୃତ୍ତି ପାଇବା ପାଇଁ ଉକ୍ଟଜ୍ଞଜ୍ଞକ୍ଟଦ୍ଭ ଝମଷକ୍ଟକ୍ଷବକ୍ସଗ୍ଦଷସକ୍ଟ୍ର ଚକ୍ଟକ୍ସଗ୍ଧବକ୍ଷରେ ଫେବ୍ରୁଆରୀ ୮ ତାରିଖ ଯାଏଁ ଅନଲାଇନରେ ଆବେଦନ କରିପାରିବେ।

ଏଠାରେ କହି ରଖୁ ଯେ, କାଳିଆ ଛାତ୍ରବୃତ୍ତି ନିମନ୍ତେ ପିଲାମାନଙ୍କ ମଧ୍ୟରେ ଆଗ୍ରହ ଏବଂ ଆବେଦନ ସମୟସୀମା ବୃଦ୍ଧି ନିମନ୍ତେ ଅନେକ ଛାତ୍ରଛାତ୍ରୀଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ ପରାମର୍ଶ କ୍ରମେ ଅନଲାଇନ ଆବେଦନ ସମୟସୀମା ଫେବ୍ରୁଆରୀ ୮ ତାରିଖ ପର୍ୟ୍ୟନ୍ତ ବୃଦ୍ଧି ପାଇଁ ବିଭାଗ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା। ଯାହାକୁ ବର୍ତ୍ତମାନ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି। ଏହା ପୂର୍ବରୁ, ପରିବର୍ଦ୍ଧିତ କାଳିଆ ଛାତ୍ରବୃତ୍ତି ମାର୍ଗଦର୍ଶୀକା ଅନୁଯାୟୀ ଜାନୁଆରୀ ୯ ତାରିଖରୁ ଜାନୁଆରୀ ୩୧ ତାରିଖ ପର୍ୟ୍ୟନ୍ତ ଏହି ପୋର୍ଟାଲ ଖୋଲା ରଖିବା ପାଇଁ ସମୟସୀମା ଧାର୍ୟ୍ୟ କରାଯାଇଥିଲା।

Get real time updates directly on you device, subscribe now.