ଭୁବନେଶ୍ୱର: ମେ’ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ମେ’ରେ ମାସର ପ୍ରଥମ ସପ୍ତାହରେ ଫଳ ପ୍ରକାଶ ପାଇବ। ରେଜଲ୍ଟ ପ୍ରକାଶ ପାଇଁ ଲକ୍ଷ୍ୟ ରଖିଛନ୍ତି ବୋର୍ଡ କର୍ତ୍ତୃପକ୍ଷ। ଫଳ ପ୍ରକାଶକୁ ନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ।
ଆଜି ସରିବ ମାଟ୍ରିକ ପରୀକ୍ଷା । ଶେଷ ଦିନରେ ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ସକାଳ ୯ଟାରୁ ଦିନ ସାଢେ ୧୧ଟା ଯାଏଁ ପରୀକ୍ଷା ଚାଲିବ ।
ଆସନ୍ତା ମାର୍ଚ୍ଚ ୧୯ ତାରିଖରୁ ଆରମ୍ଭ ହେବ ଖାତା ଦେଖା । ମାର୍ଚ୍ଚ ୧୯ରୁ ପାଖାପାଖି ୧୩ ଦିନ ଧରି ଛାତ୍ରଛାତ୍ରୀଙ୍କ ପରୀକ୍ଷା ଖାତାର ମୂଲ୍ୟାଙ୍କନ ହେବ । ପରୀକ୍ଷା ଖାତା ମୂଲ୍ୟାଙ୍କନ ସରିବା ପରେ ଦଶମ ରେଜଲ୍ଟ ପ୍ରକାଶ ପାଇବ।