fbpx
BSKY
BJD MC SKY
BJD YOUTH SKY

Big Breaking: ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ଦେଶରେ ଜାରି ରହିଛି ସାଧାରଣ ନିର୍ବାଚନ । ଏହାରି ମଧ୍ୟରେ ରାଜ୍ୟରେ ୪ର୍ଥ ପର୍ଯ୍ୟାୟର ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରୁ ୬ଟି ଲୋକସଭା ଆସନରେ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ଏହି ଚତୁର୍ଥ ପର୍ଯ୍ୟାୟର ଭୋଟିଂ ପ୍ରକ୍ରିୟା ଜୁନ ୧ରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଜାରି ରହିବ । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡା ଓ ଜଗତସିଂହପୁର ଜିଲ୍ଲାରେ ଏହି ମତଦାନ ଜୁନ ୧ରେ କରାଯିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ବିଜ୍ଞପ୍ତିକୁ ପ୍ରକାଶ କରିଛନ୍ତି ଭାରତର ନିର୍ବାଚନ କମିସନ୍।

ବିଜ୍ଞପ୍ତି ପ୍ରକାଶ ପାଇବା ସହ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ। ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ। ତେବେ ଏହି ସମସ୍ତ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ରର ସମସ୍ତ ବୁଥରେ ଜୁନ୍ ୧ ତାରିଖରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ।

Get real time updates directly on you device, subscribe now.