fbpx
BSKY SKY
BSKY SKY

ଆଉ କିଛି ସମୟରେ ବାହାନଗାରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ, କଟକଗସ୍ତର କାର୍ଯ୍ୟକ୍ରମ ରହିଛି

BSKY

ନୂଆଦିଲ୍ଲୀ/ ଭୁବନେଶ୍ୱର : ଶୁକ୍ରବାର ସନ୍ଧ୍ୟାରେ ବାଲେଶ୍ୱର ବାହାନଗାରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ୨୮୮ ଜଣ ପ୍ରାଣ ହରାଇଛନ୍ତି । ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଶେଷ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାର ସ୍ଥିତି ସମୀକ୍ଷା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଓଡିଶା ଗସ୍ତ ଆସୁଛନ୍ତି । ଟ୍ରେନ୍ ଦୁର୍ଘଟଣା ସ୍ଥଳ ପରିଦର୍ଶନ କରିବେ ଏବଂ ଏହା ପରେ କଟକ ବଡ ମଡେିକାଲ ଯିବେ ବୋଲି ସୂଚନା ମିଳିଛି । ଓଡିଶାଗସ୍ତରେ ଆସିବା ପୂର୍ବରୁ ରେଳ ଦୁର୍ଘଟଣା ସମ୍ପର୍କରେ ପରିସ୍ଥିତିର ସମୀକ୍ଷା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ଏକ ବୈଠକ ଡକାଇଥିଲେ ।

ପ୍ରଧାନମନ୍ତ୍ରୀଙ୍କ ପୂର୍ବରୁ ଘଟଣାସ୍ଥଳକୁ ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ, ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସ୍ଥିତି ସମୀକ୍ଷା କରିଛନ୍ତି । ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟଲୋକ ଓ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହେଲିକପ୍ଟର ଯୋଗେ ଆକାଶମାର୍ଗରୁ ସ୍ଥିତି ସମୀକ୍ଷା କରିଥିଲେ । ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିଥିଲେ ।

Get real time updates directly on you device, subscribe now.