ପୁଣି ଜାଳିବ ଟାଣ ଖରା; ଓଡ଼ିଶାରେ ବଢ଼ିବ ତାପମାତ୍ରା

ଭୁବନେଶ୍ୱର: ଓଡ଼ିଶାରେ ଆସନ୍ତା ମେ ୮ ତାରିଖରୁ ତାପମାତ୍ରା ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ଗରମ ଓ ଗୁଳୁଗୁଳି ଯୋଗୁଁ ଜନଜୀବନ ପ୍ରଭାବିତ ହେବାର ସମ୍ଭାବନା ରହିଛି। ଆସନ୍ତା ତିନି ଦିନ ପାଇଁ ପାଇଁ ସର୍ବାଧିକ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ମେ ୮ରୁ ରାଜ୍ୟର ଜ୍ୟର ବିଭିନ୍ନ ସହରର ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ।

ପାଣିପାଗ ବିଭାଗ ଅନୁଯାୟୀ, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ତାପମାତ୍ରା ୩୮ରୁ ୪୨ ଡିଗ୍ରୀ ସେଲସିୟସ୍‌ ମଧ୍ୟରେ ରହିପାରେ। ସୁନ୍ଦରଗଡ଼, ଝାରସୁଗୁଡ଼ା, ଝାରସୁଗୁ ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼ ସହରର ତାପମାତ୍ରା ୪୦ ଡିଗ୍ରି ଡେଇଁଯିବା ୯ ତାରିଖ ବେଳକୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼, ଦେବଗଡ଼, ନୟାଗଡ଼, ଅନୁଗୁଳ ସହରର ତାପମାତ୍ରା ୪୧ ଡିଗ୍ରିରେ ପହଞ୍ଚିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୪ରୁ ୬ ଡିଗ୍ରି ହ୍ରାସ ପାଇଛି ଏବଂ କିଛି ଜିଲ୍ଲାରେ ପ୍ରାୟ ୨ରୁ ୪ ଡିଗ୍ରି ହ୍ରାସ ପାଇଥିଲା। ଆଜି ସମସ୍ତ ସହରର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ତଳେ ରହିଥିଲା।