fbpx
BSKY
BJD SHG SKY
BJD YOUTH SKY

କଳାକାର ସହାୟତା ରାଶି ବଢ଼ାଇଲେ ରାଜ୍ୟ ସରକାର

ଓଡିଶା ଭାସ୍କର: ବଢ଼ିଲା କଳାକାର ସହାୟତା ରାଶି । ଏଣିକି ମାସକୁ ୨ ହଜାର ଟଙ୍କା ଲେଖାଏଁ ପାଇବେ କଳାକାର । ପୂର୍ବରୁ କଳାକାରମାନେ ୧୨୦୦ ଟଙ୍କା ପାଉଥିବା ବେଳେ ଏବେ ସେମାନଙ୍କ ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ତେବେ ୮୦ ବର୍ଷରୁ ଉର୍ଦ୍ଧ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ। ଏହାଦ୍ୱାରା ରାଜ୍ୟର ୮୦ ହଜାର କଳାକାର ଉପକାର ପାଇବେ ବୋଲି ଜଣାପଡିଛି। ତେବେ କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା”ରେ କଳାକାର ମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି ।

ସୂଚନା ଥାଉକି, ପୂର୍ବରୁ ଏହି ଯୋଜନାର ୫୦,୦୦୦ କଳାକାର ମାନଙ୍କୁ ମାସିକ ଟ୧୨୦୦/-ଙ୍କା(ବାରଶହ) ଆଧାରରେ ସହାୟତା ରାଶି ପ୍ରଦାନ କରାଯାଉଥିଲା । ମାତ୍ର ବର୍ତ୍ତମାନ ଏହି ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ୮୦,୦୦୦ କୁ ବୃଦ୍ଧି କରାଯାଇଅଛି ଯାହାଦ୍ୱାରା ଆହୁରି ରାଜ୍ୟର ୩୦,୦୦୦ କଳାକାର ଏଥିରେ ଉପକୃତ ହୋଇପାରିବେ । ଏହି କ୍ରମରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିୟମାବଳୀର ନିୟମ ୪, ଉପ ନିୟମ (ii)ରେ ଉଲ୍ଲେଖଥିବା କଳାକାରମାନଙ୍କର ବାର୍ଷିକ ଆୟର ସୀମାକୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ନିର୍ବିଶେଷରେ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଅଛି । ଅଶି ବର୍ଷ ପର୍ଯ୍ୟନ୍ତ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୦୦୦/-ଙ୍କା (ଦୁଇ ହଜାର ଟଙ୍କା)କୁ ଓ ଅଶି ବର୍ଷରୁ ଊର୍ଦ୍ଧ୍ଵ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୫୦୦/-ଙ୍କା (ଦୁଇ ହଜାର ପାଞ୍ଚଶହ ଟଙ୍କା)କୁ ବୃଦ୍ଧି କରାଯାଇଅଛି । ଉକ୍ତ ବର୍ଦ୍ଧିତ ସହାୟତା ରାଶି ଚଳିତ ଫେବୃଆରୀ ମାସରୁ ଲାଗୁ କରାଯିବ ଏବଂ DBT ମାଧ୍ୟମରେ ଫେବୃଆରୀ ମାସ ୨୦ତାରିଖରୁ ୨୫ତାରିଖ ମଧ୍ୟରେ ପ୍ରଦାନ କରାଯିବ ।

Get real time updates directly on you device, subscribe now.