fbpx

ରାଜ୍ୟରେ କ୍ରମାଗତ ବୃଦ୍ଧି ପାଉଛି ତାପମାତ୍ର; ୭ସହରରେ ତାପମାତ୍ରା ୩୭ ଡିଗ୍ରୀ ଉପରେ

Advertisement

ଭୁବନେଶ୍ୱର: ରାଜ୍ୟରେ ତାପମାତ୍ରା କ୍ରମାଗତ ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ୪ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୪ ଡ଼ିଗ୍ରୀ ପର୍ଯ୍ୟନ୍ତ ବଢିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ଭୁବନେଶ୍ୱର ଏବଂ ମାଲକାନଗିରିରେ ସର୍ବାଧିକ ୩୮ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୩ ଡ଼ିଗ୍ରୀ ରେକର୍ଡ଼ ହୋଇଛି।

ଆଜି ରାଜ୍ୟରେ ୭ସହର ରେ ୩୭ ଡିଗ୍ରୀ ଉପରେ ଦିନ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ରାଜଧାନୀ ଭୁବନେଶ୍ୱରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୮ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୨୧.୭ ଡ଼ିଗ୍ରୀ ରେକର୍ଡ଼ ହୋଇଛି। କଟକରେ ସର୍ବୋଚ୍ଚ ତାପମାତ୍ରା ୩୬.୮ ଡ଼ିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୩.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି। ଆସନ୍ତାକାଲି ସକାଳୁ ଯାଜପୁର,ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତ୍‍ସିଂହପୁର, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ଗଜପତି, ଗଂଜାମ ଜିଲ୍ଲାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Image

Get real time updates directly on you device, subscribe now.