fbpx

ରାଜ୍ୟରେ ଆଗାମୀ ୩ ଦିନରେ ବଢିବ ତାପାମାତ୍ରା!

ଭୁବନେଶ୍ୱର: ରାଜ୍ୟରେ ଗତ କିଛିଦିନ ହେବ କାଳବୈଶାଖୀ ବର୍ଷା ଯୋଗୁଁ ତାପମାତ୍ରା କମିଯାଇଥିଲା । କିନ୍ତୁ ବର୍ତ୍ତମାନ ରାଜ୍ୟ ଦିନର ତାପମାତ୍ରା ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୮ ରୁ ୧୦ ଡିଗ୍ରୀ ବଢିବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ୪୦ ଡିଗ୍ରୀ ଛୁଇଁପାରେ ।

ସେହିଭଳି ଆଜି ସକାଳୁ ସକାଳୁ ଟ୍ୱିନ୍ ସିଟିରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିଲା। ଘନ କୁୁହୁଡ଼ି ଯୋଗୁଁ ରାସ୍ତା ଠିକ୍ ଭାବେ ଦେଖାଯାଉନଥିଲା । ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଲଗାଣ ବର୍ଷା ପରେ ଟ୍ୱିନ୍ ସିଟିରେ ଶୀତ ସାଙ୍ଗକୁ ଘନ କୁହୁଡ଼ି ଦେଖାଦେଥିଲା ।

ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଥିବା ବେଳେ ଆଜି ସକାଳୁ ସକାଳୁ ଟ୍ୱିନ୍ ସିଟିରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଥିଲା । ତେବେ ଆଜି ଠାରୁ ପାଗ ବଦଳିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଆସନ୍ତାକାଲିଠାରୁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି । ଏହା ସହ ଦିନର ତାପମାତ୍ରା ୮ରୁ ୧୦ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଆଜି ୬ଟି ଜିଲ୍ଲା ଯଥା କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ ଢ଼େଙ୍କାନାଳର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ।

Get real time updates directly on you device, subscribe now.