fbpx

ଭୟଙ୍କର ଟ୍ରେନ ଦୁର୍ଘଟଣା: ମୃତାହତଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପରେ ବାହାନଗା ଦୁର୍ଘଟଣାସ୍ଥଳ ଅଭିମୁଖେ ବାହାରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଏହାସହିତ ମୃତାହତଙ୍କ ପରିବାରକୁ ସହାୟତା ରାଶି ମଧ୍ୟ ଘୋଷଣା କରିଛନ୍ତି । ଭୟଙ୍କର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଏହାସହିତ ଦୁର୍ଘଟଣାରେ ଗୁରୁତର ହୋଇଥିବା ଯାତ୍ରୀମାନଙ୍କୁ ୨ ଲକ୍ଷ ଟଙ୍କା ପ୍ରଦାନ କରିବା ନେଇ ଘୋଷଣା କରାଯାଇଛି । ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଯୋଗାଇ ଦେବାକୁ ଘୋଷଣା କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।

Get real time updates directly on you device, subscribe now.