fbpx

ଐତିହାସିକ ନିଷ୍ପତି ପାଇଁ ସ୍ୱତନ୍ତ୍ର ଅଧିବେଶନ ; ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ୧୧ଟାରୁ ଆରମ୍ଭ ହେବ ସଂସଦର ସ୍ୱତନ୍ତ୍ର ଅଧିବେଶନ

ଓଡିଶା ଭାସ୍କର; ଆଜିଠୁ ଆରମ୍ଭ ହେଉଛି ସଂସଦର ୫ ଦିନିଆ ସ୍ୱତନ୍ତ୍ର ଅଧିବେଶନ। ୨୨ ତାରିଖ ଯାଏ ଚାଲିବାକୁ ଥିବା ଏହି ଅଧିବେଶନରେ ସଂସଦର ୭୫ ବର୍ଷର ଇତିହାସ ସମ୍ପର୍କରେ ଆଲୋଚନା ହେବ । ବିଭିନ୍ନ ସଫଳତା, ଅଭିଜ୍ଞତା, ସ୍ମୃତି, ଅନୁଭୂତି ଆଦି ସମ୍ପର୍କରେ ଆଲୋଚନା ହେବ । ଏହା ସହ ଏହି ଅଧିବେଶନରେ ମୁଖ୍ୟ ନିର୍ବାଚନ କମିଶନର ଓ ଅନ୍ୟାନ୍ୟ ନିର୍ବାଚନ କମିଶନର ନିଯୁକ୍ତି ବିଲ୍, ଆଇନଜୀବୀ ସଂଶୋଧନ ବିଲ୍, ପ୍ରେସ ଓ ପଞ୍ଜିକରଣ ବିଲ୍, ଡାକଘର ବିଲ୍, ଉଚ୍ଛେଦ ଓ ସଂଶୋଧନ ବିଲ୍ ସମ୍ପର୍କରେ ଆଲୋଚନା ହେବ ବୋଲି ସୂଚନା ମିଳିଛି ।

ଦିନ ୧୧ଟାରୁ ଆରମ୍ଭ ହେବ ସଂସଦର ସ୍ୱତନ୍ତ୍ର ଅଧିବେଶନ । ଲୋକସଭାରେ ବିବୃତି ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦିନ ୧୧ଟାରେ ପ୍ରଧାନମନ୍ତ୍ରୀ ସଂସଦକୁ ସମ୍ବୋଧନ କରିବାର କାର୍ୟ୍ୟକ୍ରମ ରହିଛି । ୨୨ ତାରିଖ ଯାଏଁ ଚାଲିବାକୁ ଥିବା ଏହି ସ୍ୱତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ପାସ କରିବା ଉପରେ ସବୁ ଦଳ ଗୁରୁତ୍ୱ ଦେଇଛନ୍ତି । ଐତିହାସିକ ନିଷ୍ପତି ପାଇଁ ଏହି ସ୍ୱତନ୍ତ୍ର ଅଧିବେଶନ ହେଉଛି ବୋଲି ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

Get real time updates directly on you device, subscribe now.